ଜୁଆଆଡ୍ଡାରେ ଚଢ଼ାଉ: ୩୮ ହଜାର ଟଙ୍କା, ୩ ବାଇକ୍‌ ସହ କାର୍‌ ଜବତ

କୁଆଁରମୁଣ୍ଡା,୮ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳ ଏବେ ଅସାମାଜିକ ଓ ଅପରାଧିକ ଗୋଷ୍ଠୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଚାରିଆଡ଼େ କୁକୁଡ଼ା ଲଢ଼େଇ ଓ ଜୁଆଖେଳ ଖୁଲମ୍‌ଖୁଲା ଚାଲୁଥିଲେ ମଧ୍ୟ ପୋଲିସ ସାଜିଛି। ନୀରବଦ୍ରଷ୍ଟା କାଁଭାଁ କେତେବେଳେ ଲୋକଦେଖାଣିଆ ଭାବେ ପୋଲିସ ଚଢ଼ାଉ କରି ବାହାବା ନେବାକୁ ଚାହୁଁଛି ଓ ଜିଲା ପୋଲିସ ନିକଟରେ ନିଜର ପାରିବାପଣିଆକୁ ସାବ୍ୟସ୍ତ କରିବାକୁ ଚେଷ୍ଟା କରୁଛି। ଏହାର ଜ୍ୱଳନ୍ତ ଉଦାହରଣ ହେଉଛି ବୀରମିତ୍ରପୁର ଥାନା ଅନ୍ତର୍ଗତ ଚୁଟିଆଟୋଲି ନିକଟରେ ଥିବା ଫରେଷ୍ଟ ବିଟ୍‌ ହାଉସ୍‌ ପଛପଟେ ଶନିବାର ସନ୍ଧ୍ୟାରେ ଜୁଆଖେଳର ଆସର ଜମିଥିଲା ବେଳେ ବୀରମିତ୍ରପୁର ପୋଲିସ ସେଠାରୁ ମାତ୍ର ୩୮ ହଜାର ୬ ଶହ ଟଙ୍କା ଜବତ କରିବା ସହ ମୁଠାଏ ତାସ୍‌, ଗୋଟିଏ ପଟି, ୩ବାଇକ୍‌,୨ ଦାମୀ କାର୍‌ ଓ ଗୋଟିଏ ବୋଲେରୋ ଜବତ କରିଛି। ଏହାସହ ଘଟଣାସ୍ଥଳରୁ ମାତ୍ର ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ଉକ୍ତ ଜୁଆରେ ବହୁ ପ୍ରଭାବଶାଳୀ ବ୍ୟକ୍ତି ଥିଲେ ମଧ୍ୟ ସେମାନଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇପାରି ନ ଥିବା ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ଗିରଫ ଅଭିଯୁକ୍ତମାନେ ହେଲେ ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ବେଦବ୍ୟାସର ରୋସନ ସିଂ(୨୪),ରବୀନ୍ଦ୍ର ଟପ୍ପୋ(୪୩) ଓ ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ ଜଲଦା ଅଞ୍ଚଳର ବିଜୟ ତନ୍ତୀ(୩୦)। ଉକ୍ତ ଜୁଆଖେଳରେ ଲକ୍ଷାଧିକ ଟଙ୍କା ବାଜି ଲାଗିଥିବା ବେଳେ ପୋଲିସ ମାତ୍ର ୩୮ ହଜାର ୬ ଶହ ଟଙ୍କା ଜବତ କରିବା ଘଟଣାକୁ ନେଇ ମଧ୍ୟ ସାଧାରଣରେ ଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଚଢ଼ାଉରେ ବୀରମିତ୍ରପୁର ଏସ୍‌ଡିପିଓ,ଆଇଆଇସି,ଓଆଇସି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

ବିଜେଡିର ବଡ଼ ନିଷ୍ପତ୍ତି: ୧୩ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ୧୩ ତାରିଖ ପୂର୍ୱାହ୍ନ ୧୦ଟାରେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ। ଦୋଳମୁଣ୍ଡାଇସ୍ଥିତ କଟକ ଜିଲା ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri