ରୋଜଗାର ମେଳାରେ ୩୮୪ଙ୍କୁ ନିଯୁକ୍ତିପତ୍ର

ଭୁବନେଶ୍ୱର,୨୩।୧୧: ଗତ କିଛିଦିନ ହେଲା ଦେଶର ଯୁବପିଢ଼ିମାନଙ୍କୁ ରୋଜଗାର ମେଳା ମାଧ୍ୟମରେ କେନ୍ଦ୍ର ସରକାର ନିଯୁକ୍ତିପତ୍ର ବଣ୍ଟନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ଥାନୀୟ ରେଳ ଅଡିଟୋରିୟମଠାରେ ରୋଜଗାର ମେଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏପରିକି ଓଡ଼ିଶାର ୩୮୪ଜଣ ଯୁବତୀଯୁବକଙ୍କୁ ମନ୍ତ୍ରୀ ନିଯୁକ୍ତିପତ୍ର ବଣ୍ଟନ କରିବା ସହ କହିଥିଲେ, ନୂତନ ଭାବେ ନିଯୁକ୍ତି ପାଇଥିବାଯୁବତୀଯୁବକ କର୍ମକ୍ଷେତ୍ରରେ ଯୋଗଦେବା ସମୟରେ ନିଷ୍ଠାର ସହ ନିଜର ଦାୟିତ୍ୱ ଓ କର୍ତ୍ତବ୍ୟ ସବୁବେଳେ ପାଳନକରନ୍ତୁ। ସେହିଭଳି ଲୋକଙ୍କ ସେବା କରିବା ଦ୍ୱାରା ସମାଜରେ ପରିବର୍ତ୍ତନ ଆସିପାରିବ ବୋଲି ସେ କହିିଥିଲେ।
ଉଲ୍ଲେଖଯୋଗ୍ୟ, ମେଳାର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରର ୨୩୯ ଜଣ ଯୁବକ ଓ ଯୁବତୀଙ୍କୁ ମନ୍ତ୍ରୀ ନିଯୁକ୍ତିପତ୍ର ବଣ୍ଟନ କରିଥିଲେ। ସୂଚନାଯୋଗ୍ୟ, ଆସାମ ରାଇଫଲ୍ସ, ଏମ୍ସ ଭୁବନେଶ୍ୱର, ବିଏସ୍‌ଏଫ୍‌, ସିଆଇଏସ୍‌ଏଫ୍‌, ରେଳ, ଇଏସ୍‌ଆଇସି, ହିନ୍ଦୁସ୍ଥାନ ଏରୋନୋଟିକ୍ସ ଲିମିଟେଡ୍‌, ଆଇଆଇଟି ଭୁବନେଶ୍ୱର, ଇନ୍‌କମ୍‌ ଟ୍ୟାକ୍ସ, ଆଇଟିବିପି, ଡାକ ବିଭାଗ, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ, ସଶସ୍ତ୍ର ସୀମା ବଳ ଓ ରାଜ୍ୟସ୍ତରୀୟ ବ୍ୟାଙ୍କ ସମୂହରେ କାମ କରିବାର ସୁଯୋଗ ପାଇଛନ୍ତି। ଅପରପକ୍ଷରେ ୨୨ ଅକ୍ଟୋବରରେ ୧୦ ଲକ୍ଷ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ରୋଜଗାର ମେଳାର ଶୁଭାରମ୍ଭ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଦେଶର ବିଭିନ୍ନ ରାଜ୍ୟର ଯୁବକ ଓ ଯୁବତୀଙ୍କୁ ୭୫,୦୦୦ ଏକକାଳୀନ ନିଯୁକ୍ତିପତ୍ର ବଣ୍ଟନ କରାଯାଇଥିଲା। ସେହିପରି ମେଳାର ଦ୍ୱିତୀୟ ପର୍ଯ୍ୟାୟରେ ଦେଶର ୪୫ଟି ସ୍ଥାନରେ ୭୧,୦୦୦ ଯୁବପିଢ଼ିଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି।
ତେବେ ନୂଆ ନିଯୁକ୍ତିଧାରୀଙ୍କୁ ଅନ୍‌ଲାଇନରେ ଓରିଏନଟେଶନ କୋର୍ସ ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀ ‘କର୍ମଯୋଗୀ ପ୍ରାରମ୍ଭ ମୋଡ୍ୟୁଲ’ର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏମ୍ସ ଡାଇରେକ୍ଟର ଆଶୁତୋଷ ବିଶ୍ୱାସ ଓ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri