ରୋଜଗାର ମେଳାରେ ୩୮୪ଙ୍କୁ ନିଯୁକ୍ତିପତ୍ର

ଭୁବନେଶ୍ୱର,୨୩।୧୧: ଗତ କିଛିଦିନ ହେଲା ଦେଶର ଯୁବପିଢ଼ିମାନଙ୍କୁ ରୋଜଗାର ମେଳା ମାଧ୍ୟମରେ କେନ୍ଦ୍ର ସରକାର ନିଯୁକ୍ତିପତ୍ର ବଣ୍ଟନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ଥାନୀୟ ରେଳ ଅଡିଟୋରିୟମଠାରେ ରୋଜଗାର ମେଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏପରିକି ଓଡ଼ିଶାର ୩୮୪ଜଣ ଯୁବତୀଯୁବକଙ୍କୁ ମନ୍ତ୍ରୀ ନିଯୁକ୍ତିପତ୍ର ବଣ୍ଟନ କରିବା ସହ କହିଥିଲେ, ନୂତନ ଭାବେ ନିଯୁକ୍ତି ପାଇଥିବାଯୁବତୀଯୁବକ କର୍ମକ୍ଷେତ୍ରରେ ଯୋଗଦେବା ସମୟରେ ନିଷ୍ଠାର ସହ ନିଜର ଦାୟିତ୍ୱ ଓ କର୍ତ୍ତବ୍ୟ ସବୁବେଳେ ପାଳନକରନ୍ତୁ। ସେହିଭଳି ଲୋକଙ୍କ ସେବା କରିବା ଦ୍ୱାରା ସମାଜରେ ପରିବର୍ତ୍ତନ ଆସିପାରିବ ବୋଲି ସେ କହିିଥିଲେ।
ଉଲ୍ଲେଖଯୋଗ୍ୟ, ମେଳାର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରର ୨୩୯ ଜଣ ଯୁବକ ଓ ଯୁବତୀଙ୍କୁ ମନ୍ତ୍ରୀ ନିଯୁକ୍ତିପତ୍ର ବଣ୍ଟନ କରିଥିଲେ। ସୂଚନାଯୋଗ୍ୟ, ଆସାମ ରାଇଫଲ୍ସ, ଏମ୍ସ ଭୁବନେଶ୍ୱର, ବିଏସ୍‌ଏଫ୍‌, ସିଆଇଏସ୍‌ଏଫ୍‌, ରେଳ, ଇଏସ୍‌ଆଇସି, ହିନ୍ଦୁସ୍ଥାନ ଏରୋନୋଟିକ୍ସ ଲିମିଟେଡ୍‌, ଆଇଆଇଟି ଭୁବନେଶ୍ୱର, ଇନ୍‌କମ୍‌ ଟ୍ୟାକ୍ସ, ଆଇଟିବିପି, ଡାକ ବିଭାଗ, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ, ସଶସ୍ତ୍ର ସୀମା ବଳ ଓ ରାଜ୍ୟସ୍ତରୀୟ ବ୍ୟାଙ୍କ ସମୂହରେ କାମ କରିବାର ସୁଯୋଗ ପାଇଛନ୍ତି। ଅପରପକ୍ଷରେ ୨୨ ଅକ୍ଟୋବରରେ ୧୦ ଲକ୍ଷ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ରୋଜଗାର ମେଳାର ଶୁଭାରମ୍ଭ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଦେଶର ବିଭିନ୍ନ ରାଜ୍ୟର ଯୁବକ ଓ ଯୁବତୀଙ୍କୁ ୭୫,୦୦୦ ଏକକାଳୀନ ନିଯୁକ୍ତିପତ୍ର ବଣ୍ଟନ କରାଯାଇଥିଲା। ସେହିପରି ମେଳାର ଦ୍ୱିତୀୟ ପର୍ଯ୍ୟାୟରେ ଦେଶର ୪୫ଟି ସ୍ଥାନରେ ୭୧,୦୦୦ ଯୁବପିଢ଼ିଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି।
ତେବେ ନୂଆ ନିଯୁକ୍ତିଧାରୀଙ୍କୁ ଅନ୍‌ଲାଇନରେ ଓରିଏନଟେଶନ କୋର୍ସ ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀ ‘କର୍ମଯୋଗୀ ପ୍ରାରମ୍ଭ ମୋଡ୍ୟୁଲ’ର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏମ୍ସ ଡାଇରେକ୍ଟର ଆଶୁତୋଷ ବିଶ୍ୱାସ ଓ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri