ଗୋଟିଏ ଦିନରେ ୩୮୫ ତାଲିବାନ ଆତଙ୍କବାଦୀ ମୃତ, ୨୧୦ ଆହତ…

କାବୁଲ,୭।୮: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ଏବଂ ସରକାରୀ ସୈନ୍ୟଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି। ଗୋଟିଏ ଦିନରେ ସୈନ୍ୟ ବାହିନୀର ଦୃଢ଼ କାର୍ଯ୍ୟାନୁଷ୍ଠାନରେ ୩୮୫ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେହିପରି ୨୧୦ ଆତଙ୍କବାଦୀ ଆହତ ହୋଇଥିବ। ଦେଶର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶନିବାର ସୂଚନା ପ୍ରଦାନ କରାଯାଇଛି। ଏକାଧିକ ଟୁଇଟ୍‌ କରି ଦେଶର ପ୍ରତିରକ୍ଷା ମନ୍ତ୍ରଣାଳୟର ମୁଖପାତ୍ର ଫୱାଦ ଅମାନ ଏ ସମ୍ପର୍କରେ ପ୍ରକାଶ କରିଛନ୍ତି। ଆଫଗାନିସ୍ତାନ ଜାତୀୟ ପ୍ରତିରକ୍ଷା ସୁରକ୍ଷା ବାହିନୀ ଦ୍ୱାରା ପରିଚାଳିତ ଅପରେସନ ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ନଙ୍ଗରହାର, ଲୋଗାର, ଘଜନୀ, ପାକ୍‌ଟିକା, ମଇଦାନ ୱାର୍ଡକ, କାନ୍ଧାହାର, ହେରାଟ, ଫରାହ, ଜୋଜଜନ, ସାମଙ୍ଗାନ, ହେଲମଣ୍ଡ, ତାଖର, ବାଘଲାନ ଏବଂ କପିସା ପ୍ରଦେଶରେ ଏଭଳି ଘଟିଥିବା ମୁଖପାତ୍ର କହିଛନ୍ତି। ବାୟୁସେନାର ବୋମା ମାଡ଼ ଯୋଗୁ ବହୁ ତାଲିବାନ ଶିବିର ଧ୍ୱଂସ ହୋଇଯାଇଛି। ତାଲିବାନ ସଦସ୍ୟମାନେ କାନ୍ଧାହାରର ଅନେକ ଜିଲାକୁ ନିଜ ନିୟନ୍ତ୍ରଣକୁ ନେଇଛନ୍ତି ଏବଂ ସରକାରଙ୍କ ସହ ଜଡିତ ଥିବା ଶହ ଶହ ସ୍ଥାନୀୟ ବାସିନ୍ଦାଙ୍କୁ ଅଟକ ରଖିଛନ୍ତି। କେତେକ ଅଟକ ବାସିନ୍ଦାଙ୍କୁ ହତ୍ୟା କରାଯାଇଛି। ୨୦୨୧ର ପ୍ରଥମ ୬ ମାସ ମଧ୍ୟରେ ଦେଶର ୧,୬୫୯ ସାଧାରଣ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୩,୨୫୪ ଜଣ ଆହତ ହୋଇଛନ୍ତି। ଅପରପକ୍ଷରେ ଦେଶର କାର୍ଯ୍ୟକାରୀ ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ ବିସ୍ମିଲ୍ଲା ମହମ୍ମଦୀଙ୍କ ଘରେ କାର ବୋମା ବିସ୍ଫୋରଣ ପରେ ତାଲିବାନ ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ କହିଛନ୍ତି ଯେ ସେମାନେ ଆଫଗାନିସ୍ତାନର ସରକାରୀ ଅଧିକାରୀଙ୍କ ଉପରେ ଆକ୍ରମଣ ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri