ଭୂମିହୀନ ୧୮ ଲକ୍ଷ କୃଷକ ପରିବାରକୁ ୩୮୬ କୋଟି ସହାୟତା

ଭୁବନେଶ୍ୱର,୧।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କାଳିଆ’ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରଙ୍କୁ ବୁଧବାର ୩୮୬ କୋଟି ଟଙ୍କାର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯାଇଛି। ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକୃତ ହେବେ। ଏଥିରେ ପ୍ରତ୍ୟେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧୦୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ସହାୟତା ପାଇବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚାଷୀ, ଶ୍ରମିକମାନଙ୍କ ପରି ଖଟିଖିଆ ବର୍ଗ ହେଉଛନ୍ତି ଆମ ଅର୍ଥନୀତିର ନାଭିକେନ୍ଦ୍ର । ଏ ସମସ୍ତଙ୍କ ତ୍ୟାଗ ହିଁ ଆମ ଅର୍ଥନୀତିକୁ ସମୃଦ୍ଧ କରିଥାଏ । କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀର ତ୍ୟାଗ ଓ ପରିଶ୍ରମ ରହିଛି । ଆମେ ତା’ର ତ୍ୟାଗକୁ ସମ୍ମାନ କରୁ । ତା’ର ସ୍ବାର୍ଥର ସୁରକ୍ଷା ପାଇଁ ଆମ ଲଢ଼େଇ ଜାରି ରହିଛି । ଏମ୍‌.ଏସ୍‌. ସ୍ବାମୀନାଥନ କମିଟିର ସୁପାରିସକୁ କାର୍ଯ୍ୟକାରୀ କରିବା ପାଇଁ ସବୁବେଳେ ଦାବି କରି ଆସିଛି । ଏହା ପୂରଣ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଚାଷୀ ହେଉଛନ୍ତି ଆମର ଗର୍ବ ଓ ଗୌରବ । ତେଣୁ ଚାଷୀ ସ୍ବାର୍ଥର ସୁରକ୍ଷା ସବୁବେଳେ ତାଙ୍କର ପ୍ରାଥମିକତା ହୋଇ ରହି ଆସିଛି। କାଳିଆ ଯୋଜନା ଯୋଗୁ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଫୁଟିଛି ଓ ମନରେ ଭରସା ଦେଇଛି । ଏଥିପାଇଁ କାଳିଆ ମୋର ସବୁଠାରୁ ପ୍ରିୟ ଯୋଜନା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କୋଭିଡ୍‌ ଲଢ଼େଇରେ ବିଜୟ ପାଇଁ ଚାଷୀମାନେ ସମସ୍ତେ ଟିକା ନେବା ସହିତ କୋଭିଡ୍‌ର ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ ସାହୁ କୃଷି ଓ କୃଷକମାନଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିି କୃଷକମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଛନ୍ତି।
କାର୍ଯ୍ୟକ୍ରମରେ କାଳିଆ ଯୋଜନା ଓ ଭୂମିହୀନ ଚାଷୀମାନଙ୍କ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓଚିତ୍ର ପ୍ରଦର୍ଶନ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। କୃଷି ବିଭାଗ ସଚିବ ଏସ୍‌ . କେ. ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିବା ବେଳେ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର.କେ. ଶର୍ମା ଏବଂ ୩୦ ଜିଲାର ଭୂମିହୀନ ଚାଷୀମାନେ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri