ରାଜ୍ୟରେ ପୁଣି ୩୮୬ କରୋନା ପଜିଟିଭ ଚିହ୍ନଟ: ୫ ମୃତ

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୩୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ ଜୀବନ ଯାଇଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୨୯୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୬୩ ଲୋକାଲ କେସ୍‌ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୭, ମୟୂରଭଞ୍ଜରୁ ୩୧, ଅନୁଗୋଳରୁ ୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୨୫, ବଲାଙ୍ଗୀର, କଟକରୁ ୨୨ ଲେଖାଏ , ବାଲେଶ୍ୱର, ବରଗଡ଼ ୨୦ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ ୧୭, କଳାହାଣ୍ଡିରୁ ୧୩, ନୂଆପଡ଼ା- କେନ୍ଦ୍ରାପଡ଼ାରୁ ୧୨, ଜଗତସିଂହପୁର, ଝାରସୁଗୁଡ଼ା କେନ୍ଦୁଝରରୁ ୭, ଗଜପତିରୁ ୪, ଯାଜପୁର, ନୟାଗଡ଼ରୁ ୩ ଲେଖାଏ , ସୋନପୁର, ରାୟଗଡ଼ା, କନ୍ଧମାଳ, ଗଜପତିରୁ ୨ ଲେଖାଏ, ମାଲକାନଗିରିରୁ ୫ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୨୨୨୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୮୭ଟି ଆକ୍ଟିଭ କେସ୍‌ ରହିଥିବା ବେଳେ ୩୧୬୯୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ସେହିପରି ୫ ନୂଆ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୮୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri