ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୮୭ ପଜିଟିଭ୍‌ ଚିହ୍ନଟ, ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୩,୦୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୦ ଜଣ ଚିହ୍ନଟ ହୋଇଥିବା ବେଳେ ୧୭୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୧ ଏବଂ ଅନୁଗୋଳରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ବାଲେଶ୍ୱରରୁ ୧୬, ବରଗଡ଼ ୧୭, ଭଦ୍ରକ ୨୧, ବଲାଙ୍ଗୀର ୧୬, ବୌଦ୍ଧ ୨, କଟକ ୧୯, ଦେବଗଡ଼ ୮, ଢେଙ୍କାନାଳ ୫, ଗଜପତି ୨, ଗଞ୍ଜାମ ୬, ଜଗତସିଂହପୁର ୭, ଯାଜପୁର ୯, ଝାରସୁଗୁଡ଼ା ୮, କଳାହାଣ୍ଡି ୧୫, କନ୍ଧମାଳ ୧, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୩, କୋରାପୁଟ ୩, ମାଲକାନଗିରି ୧, ମୟୂରଭଞ୍ଜ ୨୩, ନବରଙ୍ଗପୁର ୩, ନୟାଗଡ଼ ୩, ନୂଆପଡ଼ା ୧୩, ପୁରୀ ୧୪, ରାୟଗଡ଼ା ୬ ଏବଂ ସମ୍ବଲପୁର ୧୦ ଏବଂ ସୋନପୁରରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛ ୧୩।

ସେହିପରି ଆଜି ରାଜ୍ୟରେ ୪ ଜଣଙ୍କ ଜୀବନ ନେଇଛି କରୋନା। ଖୋର୍ଦ୍ଧା, ବରଗଡ଼, ମୟୂରଭଞ୍ଜ ଏବଂ ମାଲକାନଗିରିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୩,୦୨୯ରେ ପହଞ୍ଚିଥିବା ବେଳେ ୩,୧୭,୮୭୦ଜଣ ସୁସ୍ଥ ହୋଇଛନ୍ତି। ୩୩୦୮ ଜଣ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୧୭୯୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri