ଦିନକରେ ରାଜ୍ୟରେ ୩୮୭ ପଜିଟିଭ୍‌

ଭୁବନେଶ୍ୱର, ୨୧ା୪ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଲଗାତର ଭାବେ ବଢ଼ିଚାଲିଛି। ଯଦିଓ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି, ତଥାପି ଦୈନିକ ସଂକ୍ରମଣରେ କ୍ରମଶଃ ବୃଦ୍ଧି ଘଟିବା ଚିନ୍ତାଜନକ ବିଷୟ ପାଲଟିଛି। ଏବେ ସଂକ୍ରମଣ ୪ଶହ ମୁହଁା ହୋଇଛି। ଗତ ୨୪ ଘଣ୍ଟାରେ ମୋଟ୍‌ ୬ ହଜାର ୩୦୮ ଟେଷ୍ଟିଂ କରାଯାଇଥିବାବେଳେ ସେଥିରୁ ୩୮୭ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୧୭୭କୁ ବୃଦ୍ଧି ପାଇଛି। ଅପରପକ୍ଷେ ରାଜ୍ୟରୁ ଆଉ ୧୮୫ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ସୂଚନା ଦିଆଯାଇଛି। ବର୍ଦ୍ଧିତ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କ ପାଇଁ ପରାମର୍ଶ ଜାରି କରାଯାଇଛି। ଥଣ୍ଡା, କାଶ, ଜ୍ୱର, ଗଳା ଦରଜ ଭଳି ଲକ୍ଷଣ ଦେଖାଦେଲେ ନିଜକୁ ଆଇସୋଲେଟ କରି ରଖିବା ସହ ତୁରନ୍ତ କରୋନା ଟେଷ୍ଟ କରାଇବା ଆବଶ୍ୟକ। ସେହିପରି ଠିକ୍‌ ଭାବେ ମାସ୍କ ପରିଧାନ କରିବା, ଗହଳିପୂର୍ଣ୍ଣ ସ୍ଥାନକୁ ନ ଯିବା, ହାତକୁ ବାରମ୍ବାର ସାବୁନ କିମ୍ବା ହାଣ୍ଡଓ୍ବାସ୍‌ରେ ଧୋଇବା, ସାନିଟାଇଜର ବ୍ୟବହାର କରିବା ଆଦି ନିୟମକୁ ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ସେହିପରି ଛୋଟପିଲା, ଗର୍ଭବତୀ ମହିଳା ଏବଂ ବୟସ୍କ ବ୍ୟକ୍ତିମାନେ ଅଧିକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri