ଫଳକ ଲଗା କାନ୍ଥ ଭୁଶୁଡ଼ିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଛାତ୍ର ମୃତ

ପୁରୁଷୋତ୍ତମପୁର, ୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଙ୍ଗୁ ସରକାରୀ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଇଟା କାନ୍ଥ ଭୁଶୁଡ଼ି ପଡ଼ିବାରୁ ଷଷ୍ଠ ଶ୍ରେଣୀ ଛାତ୍ର ଶ୍ୟାମସୁନ୍ଦର ଦାସ(୧୧) ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିଲେ। ବୁଧବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ବ୍ରହ୍ମପୁର ମେଡିକାଲ ଫାଣ୍ଡି ଅଧିକାରୀ ଜନ୍ମେଜୟ ମଲ୍ଲିକ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହ ଜବତକରିବା ସହ ନଂ. ୩୭୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଫାଣ୍ଡି ଅଧିକାରୀ କହିଛନ୍ତି। ଏହି ଘଟଣାକୁ ନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ଶ୍ୟାମସୁନ୍ଦର ସାଙ୍ଗମାନଙ୍କ ସହ ଖେଳୁଥିବା ବେଳେ ବିଦ୍ୟାଳୟ ପରିସରରେ ନିର୍ମାଣ କରାଯାଇଥିବା ସୂଚନାଫଳକ କାନ୍ଥଟି ଭୁଶୁଡି ପଡିଥଲା। ଏହି କାନ୍ଥ ତଳେ ସେ ଚିପି ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ସ୍କୁଲ ଶିକ୍ଷକ ତାଙ୍କୁ ଉଦ୍ଧାରକରି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଚିକିତ୍ସା ନିମନ୍ତେ ଶ୍ୟାମସୁନ୍ଦରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା।


All Right Reserved By Dharitri.Com

ନୟାଗଡ଼ ଜିଲା: ୧୦୦ରେ ୩୧ ଝିଅ କରୁଛନ୍ତି ବାଲ୍ୟବିବାହ

ନୟାଗଡ଼ ଅଫିସ,୧।୮: ବିିଭିନ୍ନ ସମୟରେ ଜିଲାରେ ବାଲ୍ୟବିବାହ ହେଉଥିବା ଘଟଣା ନୟାଗଡ ଜିଲାକୁ ନିନ୍ଦିତ କରୁଛି। ତେଣୁ ଏହାର ନିରାକରଣ ଓ ଲୋକମାନଙ୍କୁ ସଚେତନ କରାଇବା...

ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ...

ଅନୈତିକ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା: ମା’, ପୁଅ ଗିରଫ

ଧରାକୋଟ,୪ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଞ୍ଚଳରେ ଅନୈତିକ ସମ୍ପର୍କକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗମ୍ଭାରୀଗୁଡ଼ା ଗ୍ରାମର...

‘ମୋ ସରକାର’ ସମୀକ୍ଷା: ୩ ପ୍ରମୁଖ ଅଧିକାରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି,୧୦ା୧୦ (ଡି.ଏନ୍‌.ଏ.): ରାଜ୍ୟର ଶୀର୍ଷ ପ୍ରଶାସନରେ ନିଆଯାଉଥିବା ନିଷ୍ପତ୍ତି ତୃଣମୂଳରେ କିପରି କାର୍ଯ୍ୟକାରୀ ହେଉଛି , ତାହାର ତଦାରଖ କରିବା ପାଇଁ ୩ ବରିଷ୍ଠ ଆଇଏଏସ୍‌...

‘ସାହିତ୍ୟରେ ନାରୀସ୍ବର ଶାଣିତ ରହିଛି’

ବଲାଙ୍ଗୀର ଅଫିସ, ୧୪ା୧ ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ୧୫ତମ ବଲାଙ୍ଗୀର ବହିହାଟର ପଞ୍ଚମ ସନ୍ଧ୍ୟା ସୋମବାର ସାହିତ୍ୟରେ ନାରୀ ସ୍ବର ଶୀର୍ଷକ ଆଲୋଚନାଚକ୍ର...

ପୋଲିସକୁ ମାଡ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଆର.ଉଦୟଗିରି,୨୩ା୪(ଡି.ଏନ.ଏ.)- ଲକ୍‌ଡାଉନ ଲାଗୁହେବାପରେ ଗତ ୧୪ ତାରିଖରେ ଅଡବା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ କେତେକ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ମୋହନା ଓ ଅଡବା ପୋଲିସ...

ଫାଇନାନ୍ସ ଏଜେଣ୍ଟଙ୍କୁ ମାରଣାସ୍ତ୍ର ଦେଖାଇ ୧.୩୮ଲକ୍ଷ ଲୁଟ୍‌

ସୋରଡା,୧୨ା୨(ଡି.ଏନ୍‌.ଏ.)- ସୋରଡା-ଶିଙ୍ଗିପୁର ରାସ୍ତାା କେଶରା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୨ଟାରେ ଏକ ଅର୍ଥଲଗାଣକାରୀ ସଂସ୍ଥାର ୨ କ୍ଷେତ୍ର କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ...

ହୁମ୍ମା ଶୁଖୁଆ ହାଟରେ ମହିଳା ବ୍ୟବସାୟୀଙ୍କୁ ଶୋଷଣ

ଛତ୍ରପୁର,୨୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ହୁମ୍ମା ଶୁଖୁଆ ହାଟରେ ବ୍ୟବସାୟୀମାନଙ୍କୁ ପାନୁ ଆଦାୟ ନଁାରେ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କଲେ ଧମକ ଚମକଠାରୁ ଆରମ୍ଭ...

Leave a comment

Your email address will not be published. Required fields are marked *