ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ସରିବ। କପି ରୋକିବାକୁ ନୁଆ ଫର୍ମୂଲା ସ୍ବରୂପ ଦେଢ଼ଘଣ୍ଟା ପୂର୍ବରୁ ପରୀକ୍ଷା ହଲ୍‌କୁ ଯାଇଥିଲେ ପରୀକ୍ଷାର୍ଥୀ। ଅର୍ଥାତ ସକାଳ ୯ଟାରେ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ସାଢ଼େ ୭ଟାରେ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ହଲ୍‌ ମଧ୍ୟକୁ ଛଡ଼ାଯାଇଥିଲା। ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ର ମଧ୍ୟରେ ବିଶ୍ୱନାଥପୁର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଲାଞ୍ଜିଗଡ଼, ପୋଖରୀବନ୍ଧ ଓ ଲାଞ୍ଜିଗଡ଼ ରୋଡ ଉଚ୍ଚ ବିଦ୍ୟାଳୟର ୧୮୩ ଜଣ ଛାତ୍ରୀଛାତ୍ର, ଲାଞ୍ଜିଗଡ଼ ଉଚ୍ଚ ବିଦ୍ୟାଳୟରେ ୧୬୭ ଛାତ୍ରୀଛାତ୍ର, ଲାଞ୍ଜିଗଡ଼ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟରେ ୨୬୪ ଜଣ ଛାତ୍ରୀଛାତ୍ର, ଲାଞ୍ଜିଗଡ଼ ରୋଡ୍‌ ଉଚ୍ଚ ବିଦ୍ୟାଳୟରେ ୧୪୪ ଛାତ୍ରୀଛାତ୍ର, ବେନଗାଁ ଉଚ୍ଚ ବିଦ୍ୟାଳୟରେ ୧୧୬ ଜଣ ଛାତ୍ରୀଛାତ୍ର, ମୂଷାନାଳ ଉଚ୍ଚ ବିଦ୍ୟାଳୟରେ ୧୧୫ ଜଣ ଛାତ୍ରୀଛାତ୍ର, ମଧୁପୁର ଉଚ୍ଚ ବିଦ୍ୟାଳୟରେ ୧୯୨ ଜଣ ଛାତ୍ରୀଛାତ୍ର ଏବଂ ଯୋଡ଼ାବନ୍ଧ ଉଚ୍ଚ ବିଦ୍ୟାଳୟରେ ୧୮୩ ଜଣ ଛାତ୍ରୀଛାତ୍ର ସମେତ ମୋଟ୍‌ ୧୩୬୪ ଜଣ ପରୀକ୍ଷାର୍ଥୀଙ୍କ କେନ୍ଦ୍ର ଚୟନ ହୋଇଥିଲା।

ଗୁରୁବାର ପ୍ରଥମ ଦିନରେ ଓଡ଼ିଆ ପରୀକ୍ଷା ଥିବାବେଳେ ୧୩୬୪ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୩୨୫ ଜଣ ପରୀକ୍ଷା ଦେଇଥିବା ବେଳେ କୌଣସି କାରଣରୁ ୩୯ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରର ନୋଡାଲ ସେଣ୍ଟର ଭାବେ ବିଶ୍ୱନାଥପୁର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କରାଯାଇଥିବା ବେଳେ ନୋଡାଲ ଅଫିସର ଭାବେ ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର, ଲାଞ୍ଜିଗଡ଼ ତହସିଲଦାର ବନମାଳୀ ମେହେର ଏବଂ ଶିକ୍ଷା ବିଭାଗ ବିଇଓ ରୁଷିଆ ମେହେର ଦାୟିତ୍ୱରେ ଥିବା ବେଳେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ୨୪ ଘଣ୍ଟିଆ ପୋଲିସ ପହରା ଦେଉଥିବା ଲାଞ୍ଜିଗଡ଼ ଶିକ୍ଷା ବିଭାଗ ବିଇଓ ରୁଷିଆ ମେହେରଙ୍କ ଠାରୁ ସୂଚନା ମିଳିଛି। ଏହି ପରୀକ୍ଷା କେନ୍ଦ୍ରଗୁଡ଼ିକର ସୁରକ୍ଷାକୁ ଦୃଷ୍ଟିରେ ରଖି ଲାଞ୍ଜିଗଡ଼, ବିଶ୍ୱନାଥପୁର, ବିଜେପୁର ଏବଂ ସିକେରକୁପା ପୋଲିସ ପକ୍ଷରୁ ପୋଲିସ କର୍ମଚାରୀ ଏବଂ ପୋଲିସ ବଳ ମୁତୟନ କରଯାଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?