ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ବିବାହ କଲେ ୩୯ ଯୋଡି, ଯୋଗ ଦେଲେ ବିଧାୟକ ଲକ୍ଷ୍ମଣ ବାଗଙ୍କ ସହ …

ବଲାଙ୍ଗୀର, ୨୧।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର କୋଶଳ କଳା ମଣ୍ଡଳ ପଡ଼ିଆରେ ମଙ୍ଗଳବାର ଏକ ଅଭିନବ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଜିଲାର ୩୯ ଯୋଡି ଯୁବତୀ-ଯୁବକଙ୍କ ସାମୂହିକ ବିବାହ ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ଟିଟିଲାଗଡ଼ ବିଧାୟକ ନବୀନ ଜୈନ, ଜିଲାପାଳ ଗୌରବ ଶିବାଜୀ ଇସଲଓ୍ବାର, ଅତିରିକ୍ତ ଜିଲାପାଳ ଡ଼ ବିଜୟାନନ୍ଦ ସେଠୀ, ଉପମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଗୋପାଲଜୀ ପାଣିଗ୍ରାହୀ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିନିଧି ସୁରେଶ ମହାଲିଙ୍ଗ, ଲୋକ ସଭା ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା, ଜିଲାସ୍ତରୀୟ ଅଧିକାରୀ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନର ପ୍ରତିନିଧି ଯୋଗଦାନ କରିଥିଲେ। ପାରମ୍ପରିକ ମନ୍ତ୍ର ପାଠ ଓ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଥିଲା। ଅତିଥିମାନେ ନବଦମ୍ପତି ଯୋଡିକୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ।

Odisha’s No.1 Odia Daily

Share