ଓଡ଼ିଶାରୁ ୩୯ ମୃତ, ବାଲେଶ୍ୱରରୁ ସର୍ବାଧିକ ୧୪

ଭୁବନେଶ୍ବର, ୭।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କାର ଅନୁକମ୍ପା ରାଶି ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ପ୍ରଦାନ କରାଯାଉଛି। ମୃତକଙ୍କ ମଧ୍ୟରେ ଭଦ୍ରକର ୮, ଯାଜପୁରର ୨, ବାଲେଶ୍ୱରର ୧୪, ମୟୂରଭଞ୍ଜର ୯, ଖୋର୍ଦ୍ଧାର ୨, କଟକର ୩ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଥିବା ରାଜ୍ୟ ସରକାର ତଥ୍ୟ ଦେଇଛନ୍ତି। ମୃତକମାନଙ୍କ ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡ଼ିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ। ସୂଚନାଯୋଗ୍ୟ, ବାହାନଗା ଟ୍ରେନ୍‌ ଦୁର୍ଘଟଣାର ଶିକାର ହୋଇଥିବା ମୃତକଙ୍କ ନିକଟ ସମ୍ପର୍କୀୟ ବା ପରିବାରକୁ ରାଜ୍ୟ ସରକାର ୫ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତଙ୍କୁ ଲକ୍ଷେ ଟଙ୍କା ଲେଖା ଅନୁକମ୍ପାମୂଳକ ରାଶି ଯୋଗାଇଦେବାକୁ ଘୋଷଣା କରିଛନ୍ତି। ଅନ୍ୟପଟେ ରେଳ ମନ୍ତ୍ରଣାଳୟ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ଏବଂ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ଲେଖା ଅନୁକମ୍ପା ରାଶି ପ୍ରଦାନ କରୁଛି। ସେହିଭଳି ଅନ୍ୟ ରାଜ୍ୟ ଯେପରିକି ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ମଧ୍ୟ ନିଜ ରାଜ୍ୟର ମୃତକ ଓ ଆହତଙ୍କୁ ଅନୁକମ୍ପା ରାଶି ଦେବା ଲାଗି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?