ଓଡ଼ିଶାରୁ ୩୯ ମୃତ, ବାଲେଶ୍ୱରରୁ ସର୍ବାଧିକ ୧୪

ଭୁବନେଶ୍ବର, ୭।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କାର ଅନୁକମ୍ପା ରାଶି ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ପ୍ରଦାନ କରାଯାଉଛି। ମୃତକଙ୍କ ମଧ୍ୟରେ ଭଦ୍ରକର ୮, ଯାଜପୁରର ୨, ବାଲେଶ୍ୱରର ୧୪, ମୟୂରଭଞ୍ଜର ୯, ଖୋର୍ଦ୍ଧାର ୨, କଟକର ୩ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଥିବା ରାଜ୍ୟ ସରକାର ତଥ୍ୟ ଦେଇଛନ୍ତି। ମୃତକମାନଙ୍କ ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡ଼ିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ। ସୂଚନାଯୋଗ୍ୟ, ବାହାନଗା ଟ୍ରେନ୍‌ ଦୁର୍ଘଟଣାର ଶିକାର ହୋଇଥିବା ମୃତକଙ୍କ ନିକଟ ସମ୍ପର୍କୀୟ ବା ପରିବାରକୁ ରାଜ୍ୟ ସରକାର ୫ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତଙ୍କୁ ଲକ୍ଷେ ଟଙ୍କା ଲେଖା ଅନୁକମ୍ପାମୂଳକ ରାଶି ଯୋଗାଇଦେବାକୁ ଘୋଷଣା କରିଛନ୍ତି। ଅନ୍ୟପଟେ ରେଳ ମନ୍ତ୍ରଣାଳୟ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ଏବଂ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ଲେଖା ଅନୁକମ୍ପା ରାଶି ପ୍ରଦାନ କରୁଛି। ସେହିଭଳି ଅନ୍ୟ ରାଜ୍ୟ ଯେପରିକି ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ମଧ୍ୟ ନିଜ ରାଜ୍ୟର ମୃତକ ଓ ଆହତଙ୍କୁ ଅନୁକମ୍ପା ରାଶି ଦେବା ଲାଗି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri