୩୯ ଲକ୍ଷ ହଡ଼ପ ମାମଲାରେ ୩ କୋର୍ଟ ଚାଲାଣ: ବିଇଓ ଅଫିସ ଆକାଉଣ୍ଟାଣ୍ଟ ଫେରାର

ଭବାନୀପାଟଣା,୨୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ଟଙ୍କା ହଡ଼ପ କରିଥିବା ମାମଲା ନେଇ ଟାଉନ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ଶୁଚିସ୍ମିତାଙ୍କ ସହ ସାମିଲ ଥିବା ଅଭିଯୋଗରେ ପୋଲିସ ବୁଧବାର ରାତିରେ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଶୁଚିସ୍ମିତାଙ୍କ ଭିଣୋଇ ବରଗଡ଼ ଅମ୍ବାପାଲିର ୧୭ ନମ୍ବର ୱାର୍ଡର ଗଙ୍ଗାଧର ପୂଝାରୀ(୪୬), ବରଗଡ଼ ୱାର୍ଡ ନଂ.୧୩ ମହାନ୍ତିପଡ଼ାର ଗୋପାଳକୃଷ୍ଣ ଦାସ(୪୯) ଓ ଭବାନୀପାଟଣା ସହରସ୍ଥିତ ରାମନଗରପଡ଼ାର ଶିକ୍ଷକ ପୂର୍ଣ୍ଣଶଶୀ ମହାନ୍ତି(୩୯)।
ସେହିପରି ଭିଜିଲାନ୍ସ ପକ୍ଷରୁ ଜମିପଟ୍ଟା ଯାଞ୍ଚ ନିମନ୍ତେ ରାଜସ୍ବ ନିରୀକ୍ଷକଙ୍କୁ ଚିଠି କରାଯାଇଛି। ଇରିଗେଶନ କଲୋନୀରେ ଥିବା ଶୁଚିସ୍ମିତାଙ୍କ ଏକ ଘର ପୂର୍ବରୁ ଭିଜିଲାନ୍ସ ସିଲ କରିଥିବା ବେଳେ ବର୍ତ୍ତମାନ ଅନ୍ୟ ଏକ ଘରକୁ ମଧ୍ୟ ଜବତ କରିଥିବା ସୂଚନା ମିଳିଛି।

ଭବାନୀପାଟଣା ସଦର ବିଇଓ ଅଫିସ ଆକାଉଣ୍ଟାଣ୍ଟ ଶୁଚିସ୍ମିତା ୩୯ ଲକ୍ଷରୁ ଅଧିକ ଟଙ୍କା ନିଜ ବ୍ୟକ୍ତିଗତ ଆକାଉଣ୍ଟକୁ ଟ୍ରାନ୍ସଫର ଘଟଣା ସାଧାରଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଏହି ଘଟଣାରେ ଉଭୟ ଟାଉନ ଥାନା ପୋଲିସ ଓ ଭିଜିଲାନ୍ସ ପକ୍ଷରୁ ଖୋଳତାଡ ଆରମ୍ଭ ହୋଇଛି। ଟାଉନ ଥାନା ପୋଲିସ ମଙ୍ଗଳବାର ରାତିରେ ଉପରୋକ୍ତ ୩ଜଣଙ୍କୁ ଆଣି ଥାନାରେ ଜେରା କରିଥିଲା। ଅର୍ଥ ହେରଫେରରେ ଶୁଚିସ୍ମିତାଙ୍କ ସହ ଏହି ୩ ଜଣ ସମ୍ପୃକ୍ତି ଥିବା ଜଣାପଡିଥିଲା। ଅନ୍ୟପକ୍ଷେ ଟାଉନ ଥାନା ଅତିରିକ୍ତ ଇନ୍ସପେକ୍ଟର ରନିତା ପ୍ରଧାନ ଘଟଣାର ଅଧିକ ତଦନ୍ତ ଚଲାଇଛନ୍ତି।

ସେହିପରି ଭିଜିଲାନ୍ସ ବିଭାଗ ଆକ୍ସିସ ବ୍ୟାଙ୍କର ଭୁବନେଶ୍ବର କାର୍ଯ୍ୟାଳୟ ସହ ଯୋଗାଯୋଗ କରି ବିଭିନ୍ନ ତଥ୍ୟ ମାଗିଥିବା ଜଣାପଡିଛି। ଏପରିକି ରେଜିଷ୍ଟ୍ରେଶନ ଅଫିସରେ ଶୁଚିସ୍ମିତାଙ୍କ ବିଭିନ୍ନ ଜମିର ପଞ୍ଜିକରଣ ତଥ୍ୟ ମଗାଯାଇଛି। ଗୋଟିଏ ପ୍ଲଟର ତଥ୍ୟ ଭିଜିଲାନ୍ସର ହସ୍ତଗତ ହୋଇଥିବା ବେଳେ ଅନ୍ୟ ତଥ୍ୟ ପାଇଁ ଉଦ୍ୟମ ଜାରି ରହିଛି। ସେହିପରି, ହିଲ ଟାଉନରେ ଥିବା ପ୍ଲଟ ଉପରେ ଭିଜିଲାନ୍ସର ଖୋଳତାଡ଼ ଆରମ୍ଭ କରିଛି। ଅନ୍ୟପକ୍ଷେ ଘଟଣାକୁ ୧୩ ଦିନ ବିତିଯାଇଥିଲେ ମଧ୍ୟ ଫେରାର ଶୁଚିସ୍ମିତାଙ୍କୁ ପୋଲିସ ଠାବ କରି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri