Posted inଜାତୀୟ

ଅବହେଲାର ଚିତ୍ର: ଗୋଟିଏ ସିରିଞ୍ଜ୍‌ରେ ୩୯ ପିଲାଙ୍କୁ ଦିଆଗଲା କରୋନା ଟିକା

ଭୋପାଳ,୨୮।୭: ମଧ୍ୟପ୍ରଦେଶର ସାଗର ଜିଲାରେ କରୋନା ଟିକାକରଣରେ ଏକ ଚରମ ଅବହେଳା ଦେଖିବାକୁ ମିଳିଛି। ଏଠାରେ ଗୋଟିଏ ଛୁଞ୍ଚିରେ ପ୍ରାୟ ୩୯ ପିଲାଙ୍କୁ କରୋନା ଟିକା ଦିଆଯାଇଛି। ଅଭିଭାବକ ଏହି ବିଷୟରେ ଅଭିଯୋଗ କରିବା ପରେ ପୁରା ଘଟଣା ସାମ୍ନାକୁ ଆସିଥିଲା।
ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ମହା ଟିକାକରଣ ଅଭିଯାନ ଅଧୀନରେ ଜିଲାର ଜୈନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିକା ଦିଆଯାଉଥିଲା। ଟିକା ଦେଉଥିବା ବ୍ୟକ୍ତି ଗୋଟିଏ ସିରିଞ୍ଜରେ ସମସ୍ତ ପିଲାମାନଙ୍କୁ ଟିକାକରଣ କରୁଥିବା କିଛି ଅଭିଭାବକ ଦେଖିଥିଲେ। ଏନେଇ ସେମାନେ ଆପତ୍ତି ଉଠାଇଥିଲେ।
ଟିକାକରଣ କରିଥିବା ଜିତେନ୍ଦ୍ର ଅହିରଓ୍ବାର୍‌ କହିଛନ୍ତି, ଜିଲା ଟିକାକରଣ ଅଧିକାରୀଙ୍କ ନିର୍ଦ୍ଦେଶରେ ସକାଳେ ଟିକା ଏବଂ ଟିକାକରଣ ସାମଗ୍ରୀ ସ୍କୁଲକୁ ଆସିଥିଲା। ଏଥିରେ କେବଳ ଗୋଟିଏ ସିରିଞ୍ଜ କର୍ତ୍ତୃପକ୍ଷଙ୍କ ଦ୍ୱାରା ପଠା ଯାଇଥିଲା। ସମସ୍ତ ପିଲାଙ୍କୁ ଏହି ଗୋଟିଏ ଛୁଞ୍ଚିରେ ଟିକାକରଣ କରିବାକୁ ବିଭାଗ ମୁଖ୍ୟ ନିର୍ଦ୍ଦେଶ ଦେଇଥିଲେ। ଏଥିରେ ମୋର କ’ଣ ଭୁଲ। ମୋତେ ଯାହା ନିର୍ଦ୍ଦେଶ ଦିଆଯାଇଥିଲା ମୁଁ ତାହା କଲି। ଗୋଟାଏ ସିରିଞ୍ଜରେ ୩୦ ଜଣଙ୍କୁ ଟିକା ଦେଇ ସାରିଲେଣି। ଜିତେନ୍ଦ୍ରଙ୍କର ଏହି ଭିଡିଓ କରି ଜଣେ ଅଭିଭାବକ ତାଙ୍କ ଟୁଇଟର୍‌ ଆକାଉଣ୍ଟରେ ଶେୟାର୍‌ କରିଛନ୍ତି।
ଏହି ଘଟଣାକୁ ନେଇ ବିବାହ ବଢିବାରୁ ମୁଖ୍ୟ ଚିକିତ୍ସା ଅଧିକାରୀ ଓ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଯାଞ୍ଚ ପାଇଁ ଜିଲ୍ଲାପାଳ କ୍ଷିତିଜ ସିଙ୍ଘଲ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଜିତେନ୍ଦ୍ରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଏଥି ସହିତ ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି ଯେ, ଟିକାକରଣ କରାଯାଇଥିବା ୧୫ ବର୍ଷରୁ ଅଧିକ ବୟସର ୩୯ ପିଲା ନବମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିଲେ। ଘଟଣା ପରେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ସେମାନେ ସମସ୍ତେ ସୁସ୍ଥ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri