ଇସ୍ରାଏଲ ଆକ୍ରମଣରେ ଏବେ ପର୍ଯ୍ୟନ୍ତ ୩୯୦୦ ପିଲାଙ୍କ ମୃତ୍ୟୁ, ପ୍ରତି ୧୦ ମିନିଟରେ ଜଣଙ୍କର ଯାଉଛି ଜୀବନ

ତେଲ ଆଭିବ,୫।୧୧: ହମାସ ଦ୍ୱାରା ପରିଚାଳିତ ଗାଜା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜରୁରୀକାଳୀନ ଚିକିତ୍ସା କେନ୍ଦ୍ର ଅଭିଯୋଗ କରିଛି ଯେ ଇସ୍ରାଏଲ ଆକ୍ରମଣରେ ପ୍ରତି ୧୦ମିନିଟରେ ଜଣେ ଶିଶୁ ମୃତ୍ୟୁବରଣ କରୁଛନ୍ତି ଏବଂ ଦୁଇଜଣ ଆହତ ହେଉଛନ୍ତି। ଜରୁରୀକାଳୀନ କେନ୍ଦ୍ର ନିର୍ଦ୍ଦେଶକ ମୋତାସେମ ସାଲା ରବିବାର ଏକ ବିବୃତ୍ତିରେ କହିଛନ୍ତି ଯେ ଇସ୍ରାଏଲ ଗାଜା ଉପରେ ଆକ୍ରମଣ ଆରମ୍ଭ କରିବା ଦିନଠାରୁ ୩,୯୦୦ ଶିଶୁଙ୍କର ମତ୍ୟୁ ଘଟିଛି ଏବଂ ୮,୦୬୭ ଜଣ ଆହତ ହୋଇଛନ୍ତି।
୧,୨୫୦ପିଲା ନିଖୋଜ ଅଛନ୍ତି। ବିବୃତ୍ତିରେ ଏହା ମଧ୍ୟ କୁହାଯାଇଛି ଯେ ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ମଧ୍ୟରୁ ୭୦ପ୍ରତିଶତ ଶିଶୁ, ମହିଳା ଏବଂ ବୃଦ୍ଧ। ଅକ୍ଟୋବର ୭ରେ ହମାସ ଆକ୍ରମଣ ପରଠାରୁ ଇସ୍ରାଏଲ ଗାଜା ଉପରେ ବୋମା ମାଡ କରୁଛି। ହମାସ ଆକ୍ରମଣରେ ୧,୪୦୦ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ଅତି କମରେ ୨୩୯ ଜଣଙ୍କୁ ବନ୍ଧକ କରି ଅପହରଣ କରାଯାଇଥିଲା।

ଅନ୍ୟପକ୍ଷରେ ଗାଜା ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି ଯେ ରବିବାର ସକାଳେ ଇସ୍ରାଏଲର ଯୁଦ୍ଧ ବିମାନ ଗାଜା ଷ୍ଟ୍ରିପରେ ଥିବା ଏକ ଶରଣାର୍ଥୀ ଶିବିର ଉପରେ ଆକ୍ରମଣ କରି ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି।
ସାଧାରଣ ନାଗରିକଙ୍କୁ ରିଲିଫ ଯୋଗାଇବା ପାଇଁ ଆମେରିକା କିଛି ସମୟ ପାଇଁ ଏହି ଆକ୍ରମଣ ବନ୍ଦ କରିବାକୁ ଇସ୍ରାଏଲକୁ ନିବେଦନ କରିଥିଲା, କିନ୍ତୁ ଗାଜାରେ ହମାସ ଆତଙ୍କବାଦୀଙ୍କୁ ଦମନ କରିବା ପାଇଁ ଇସ୍ରାଏଲ କହିଛି। ଆମେରିକାର ରାଜଧାନୀ ୱାଶିଂଟନ, ଫ୍ରାନ୍ସର ରାଜଧାନୀ ପ୍ୟାରିସ, ଜର୍ମାନୀର ରାଜଧାନୀ ବର୍ଲିନ ଏବଂ ଅନ୍ୟାନ୍ୟ ୟୁରୋପୀୟ ସହରରେ ହଜାର ହଜାର ପାଲେଷ୍ଟାଇନ ସମର୍ଥକ ଗାଜାରେ ଇସ୍ରାଏଲ ବିସ୍ଫୋରଣକୁ ବନ୍ଦ କରିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri