କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ: ଆଜି ୩୯୩ ପଜିଟିଭ୍‌ ଚିହ୍ନଟ, ୬ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୧୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୫ ଏବଂ ମୟୂରଭଞ୍ଜରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଅନୁଗୋଳରୁ ୧୫, ବାଲେଶ୍ୱର ୧୧, ବରଗଡ଼ ୯, ଭଦ୍ରକ ୯, ବଲାଙ୍ଗୀର ୨୩, କଟକ ୨୫, ଦେବଗଡ଼ ୧୭, ଢେଙ୍କାନାଳ ୬, ଗଜପତି ୧, ଗଞ୍ଜାମ ୩, ଜଗତସିଂହପୁର ୧୧, ଯାଜପୁର ୬, ଝାରସୁଗୁଡ଼ା ୧୨, କଳାହାଣ୍ଡି ୨୭, କନ୍ଧମାଳ ୨, କେନ୍ଦ୍ରାପଡ଼ା ୧୨, କେନ୍ଦୁଝର ୮, କୋରାପୁଟ ୭, ମାଲକାନଗିରି ୪, ମୟୂରଭଞ୍ଜ ୩୨, ନବରଙ୍ଗପୁର ୧, ନୟାଗଡ଼ ୪, ନୂଆପଡ଼ା ୧୨, ପୁରୀ ୧୮, ରାୟଗଡ଼ା ୨ ଏବଂ ସମ୍ବଲପୁରରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛ ୧୧।

ସେହିପରି ଆଜି ରାଜ୍ୟରେ ୬ ଜଣଙ୍କ ଜୀବନ ନେଇଛି କରୋନା। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଏବଂ ବାଲେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୧୯୬ରେ ପହଞ୍ଚିଥିବା ବେଳେ ୩,୧୫,୨୭୦ଜଣ ସୁସ୍ଥ ହୋଇଛନ୍ତି। ୪୧୦୨ ଜଣ ଚିକିତ୍ସିତ ହେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri