କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ: ଆଜି ୩୯୩ ପଜିଟିଭ୍‌ ଚିହ୍ନଟ, ୬ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୧୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୫ ଏବଂ ମୟୂରଭଞ୍ଜରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଅନୁଗୋଳରୁ ୧୫, ବାଲେଶ୍ୱର ୧୧, ବରଗଡ଼ ୯, ଭଦ୍ରକ ୯, ବଲାଙ୍ଗୀର ୨୩, କଟକ ୨୫, ଦେବଗଡ଼ ୧୭, ଢେଙ୍କାନାଳ ୬, ଗଜପତି ୧, ଗଞ୍ଜାମ ୩, ଜଗତସିଂହପୁର ୧୧, ଯାଜପୁର ୬, ଝାରସୁଗୁଡ଼ା ୧୨, କଳାହାଣ୍ଡି ୨୭, କନ୍ଧମାଳ ୨, କେନ୍ଦ୍ରାପଡ଼ା ୧୨, କେନ୍ଦୁଝର ୮, କୋରାପୁଟ ୭, ମାଲକାନଗିରି ୪, ମୟୂରଭଞ୍ଜ ୩୨, ନବରଙ୍ଗପୁର ୧, ନୟାଗଡ଼ ୪, ନୂଆପଡ଼ା ୧୨, ପୁରୀ ୧୮, ରାୟଗଡ଼ା ୨ ଏବଂ ସମ୍ବଲପୁରରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛ ୧୧।

ସେହିପରି ଆଜି ରାଜ୍ୟରେ ୬ ଜଣଙ୍କ ଜୀବନ ନେଇଛି କରୋନା। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଏବଂ ବାଲେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୧୯୬ରେ ପହଞ୍ଚିଥିବା ବେଳେ ୩,୧୫,୨୭୦ଜଣ ସୁସ୍ଥ ହୋଇଛନ୍ତି। ୪୧୦୨ ଜଣ ଚିକିତ୍ସିତ ହେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌…

ପ୍ରାକୃତିକ ବିପର୍ଯ୍ୟୟରେ ମହିଳାଙ୍କ ସୁରକ୍ଷା ଓ ଅନ୍ତର୍ଭୁକ୍ତୀକରଣ ଉପରେ କର୍ମଶାଳା

ଭଞ୍ଜନଗର, ୨୫ା୧୦ (ବାବୁଲା ପ୍ରଧାନ): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମହିଳାଙ୍କ ସୁରକ୍ଷା ଓ ସେମାନଙ୍କ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେବା ଉଦ୍ଦେଶ୍ୟରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ…

ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…

ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ…

୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା…

ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…

ସ୍କୁଲ ବସ୍‌ରେ ଲାଗିଲା ନିଆଁ, ଜାଣିଶୁଣି କେହି…

ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍‌ରେ ନିଆଁ ଲାଗି ଜଳିଯାଇଛି। ବସ୍‌ଟି ହୁତୁହୁତୁ ହୋଇ…

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ.…

ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?