ପୁଣି ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଅନୁଗୋଳରୁ ସର୍ବାଧିକ; ଆଖି ବୁଜିଲେ ୫

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୮ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୬୫ ଲୋକାଲ କେସ୍‌ ରହିଛି। ତେବେ ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୨୩,୭୫୭କୁ ବୃଦ୍ଧି ପାଇଥିବା ରବିବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ କରୋନାରେ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳର ୪୭, ବାଲେଶ୍ୱରର ୨୧, ବରଗଡ଼ର ୨୬, ଭଦ୍ରକର ୩, ବଲାଙ୍ଗୀରର ୨, ବୌଦ୍ଧର ୧, କଟକର ୨୪, ଦେବଗଡ଼ର ୫, ଢ଼େଙ୍କାନାଳର ୩, ଗଞ୍ଜାମର ୧୪, ଜଗତସିଂହପୁରର ୨, ଯାଜପୁରର ୧୬, ଝାରସୁଗୁଡ଼ାର ୧୮, କଳାହାଣ୍ଡିର ୭, କନ୍ଧମାଳର ୨, କେନ୍ଦ୍ରାପଡ଼ାର ୭, କେନ୍ଦୁଝରର ୭, ଖୋର୍ଦ୍ଧାର ୩୯, ମାଲକାନଗିରିର ୧, ମୟୂରଭଞ୍ଜର ୨୬, ନବରଙ୍ଗପୁରର ୪, ନୟାଗଡ଼ର ୫, ନୂଆପଡ଼ାର ୧୩, ପୁରୀର ୧୪, ରାୟଗଡ଼ାର ୬, ସମ୍ବଲପୁରର ୨୭, ସୁନ୍ଦରଗଡ଼ର ୨୭ର ଥିବା ବେଳେ ଷ୍ଟେଟ୍‌ ପୁଲର ୯ଜଣ ଅଛନ୍ତି।

ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ୫୯ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାର ୬୪ ବର୍ଷୀୟ ବୃଦ୍ଧ, ମୟୂରଭଞ୍ଜର ୫୮ ବର୍ଷୀୟ ବ୍ୟକ୍ତି ଓ ୬୮ ବର୍ଷୀୟ ବ୍ୟକ୍ତି, ସୁନ୍ଦରଗଡ଼ର ୫୯ ବର୍ଷୀୟ ବ୍ୟକ୍ତି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?