ଆଜି ନବମୀ ସନ୍ଧ୍ୟା ଦର୍ଶନ

ପୁରୀ ଅଫିସ,୧୧।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ଅଣାଯାଇଥିଲା। ତେବେ ସନ୍ଧ୍ୟା ହୋଇଯିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣମୋଡ଼ ହୋଇପାରି ନ ଥିଲା। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଥିବା ନନ୍ଦିଘୋଷ ରଥକୁ ବୁଧବାର ପୂର୍ବାହ୍ନ ୮ଟା ୪୦ରେ ଟଣାଯାଇ ବଡ଼ଶଙ୍ଖଠାରେ ଦକ୍ଷିଣ ମୋଡ଼ କରାଯାଇଥିଲା। ପୂର୍ବାହ୍ନ ୯ଟା ୫୦ରେ ଏହି ରଥ ନାକଚଣା ଦ୍ୱାରରେ ଲାଗିଥିଲା। ଗୁରୁବାର ନବମୀ ସନ୍ଧ୍ୟା ଦର୍ଶନ। ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଇ ଚତୁର୍ଦ୍ଧାବିଗ୍ରହ ଶୁକ୍ରବାର ବାହୁଡ଼ାରେ ରଥରେ ବସି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ। ଗୁରୁବାର ସନ୍ଧ୍ୟା ୭ଟାରୁ ଠାକୁରଙ୍କ ଦର୍ଶନ ବନ୍ଦ ରହିବ। ଏହାପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ କରାଯାଇ ବାହୁଡ଼ା ଯାତ୍ରା ପ୍ରସ୍ତୁତି ଆରମ୍ଭ ହେବ। ଭକ୍ତମାନେ ଶ୍ରୀଗୁଣ୍ଡିଚା ମନ୍ଦିର ଆନନ୍ଦ ବଜାରକୁ ଯିବା ଲାଗି କେବଳ ନାକଚଣା ଦ୍ୱାର ଖୋଲା ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।

ସନ୍ଧ୍ୟା ଦର୍ଶନ ନୀତି ନିର୍ଘଣ୍ଟ
ଦ୍ୱାରଫିଟା ଭୋର ୪ଟା, ମଙ୍ଗଳ ଆଳତି-୪ଟା ୩୦, ମଇଲମ-ତଡ଼ପଲାଗି ୫ଟା, ଅବକାଶ ସକାଳ ୬ଟା, ରୋଷହୋମ ୬ଟା ୧୫, ସୂର୍ଯ୍ୟପୂଜା ୬ଟା ୩୦, ଦ୍ୱାରପାଳ ପୂଜା ୬ଟା ୪୫, ବେଶ ଶେଷ ୭ଟା, ଗୋପାଳବଲ୍ଲଭ ୭ଟା ୩୦, ସକାଳ ଧୂପ ୮ଟାରୁ ୯ଟା ୩୦, ଭୋଗମଣ୍ଡପ-୮ଟା ୩୦ରୁ ୧୦ଟା ୩୦, ମଇଲମ ପୂର୍ବାହ୍ନ ୧୦ଟା ୪୫, ଯାତ୍ରାଙ୍ଗୀ ମହାସ୍ନାନ ୧୧ଟା ୩୦, ସର୍ବାଙ୍ଗ ମଧ୍ୟାହ୍ନ ୧୨ଟା, ନୂଆଲାଗି ବେଶ ଅପରାହ୍ନ ୧ଟା, ମଧ୍ୟାହ୍ନ ଧୂପ ୧ଟା ୩୦ରୁ ୩ଟା, ୨ୟ ଭୋଗ ମଣ୍ଡପ ୨ଟାରୁ ୩ଟା ୩୦, ମଇଲମ, ବେଶ ୩ଟା ୪୫ ରୁ ୪ଟା ୪୦, ସନ୍ଧ୍ୟା ଆଳତି ୫ଟା, ସନ୍ଧ୍ୟା ଧୂପ ସାଢେ ୫ଟାରୁ ସନ୍ଧ୍ୟା ୭ଟା, ୩ୟ ଭୋଗମଣ୍ଡପ ୫ଟା୪୫ ରୁ ୭ଟା ୩୦, ରାହାସକୁ ଦିଅଁ ବିଜେ ରାତି ୮ଟା, ମଇଲମ ୮ଟା ୧୫, ଚନ୍ଦନ ଲାଗି ୮ଟା ୩୦, ବଡସିଂହାର ବେଶ ରାତ୍ର ୯ଟା, ବଡସିଂହାର ଭୋଗ ୯ଟା ୩୦, ପହୁଡ ଆଳତି ୧୦ଟା, ଶ୍ରୀମୁଖ ଖଣ୍ଡୁଆ ୧୦ଟା ୧୫, ବାହୁଟ କଣ୍ଟ ୧୦ଟା ୩୦, ଚାରବନ୍ଧା ରାତି ୧୧ଟାରୁ ୨ଟା ଏବଂ କୁସୁମିଲାଗି ୨ଟା ୩୦ରୁ ୩ଟା ୩୦।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri