୧୯ ଯାଏ ସ୍ବଳ୍ପ ବର୍ଷା

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଆବଶ୍ୟକତା ଅନୁଯାୟୀ ବର୍ଷା ହେଉ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତ ଦେଲେଣି। ଜୁନ୍‌ ପହିଲାରୁ ଜୁଲାଇ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୧୯ ପ୍ରତିଶତ ବର୍ଷା କମ୍‌ ହୋଇଛି। ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୌସୁମୀ ଦୁର୍ବଳ ହେବା ସହିତ ଲଘୁଚାପର କୌଣସି ସମ୍ଭାବନା ନ ଥିବାରୁ ରାଜ୍ୟରେ ବର୍ଷା ପରିମାଣ କମିବା ଆଶଙ୍କା ଦେଖାଦେଇଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଆକାଶ ମେଘାଛନ୍ନ ରହିବା ସହିତ କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କୋରାପୁଟ, ମାଲକାନଗିରି, କନ୍ଧମାଳ, ଗଜପତି, ରାୟଗଡ଼ା, କେନ୍ଦୁଝର, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ ଆଦି ଜିଲାର ଗୋଟେ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।


All Right Reserved By

ଓଡ଼ିଶାରେ ମଧ୍ୟ ଜଗା-କାଳିଆଙ୍କ ଚିକିତ୍ସା ଖର୍ଚ୍ଚ ଉଠାଇବେ ରାଜ୍ୟ ସରକାର: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ଓଡ଼ିଶା ଫେରିବା ପରେ ଜଗା-କାଳିଆଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜଗା-କାଳିଆ ଓଡ଼ିଶା...

ବିଜେପୁର ଉପନିର୍ବାଚନ: ପୋଲିସର ଉଚ୍ଚସ୍ତରୀୟ ବୈଠକ

ବରଗଡ଼ ଅଫିସ, ୨୮।୯: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଅକ୍ଟୋବର ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ସବୁ ରାଜନୈତିକ ଦଳ ତତ୍ପର ହୋଇପଡିଥିବା ବେଳେ...

ସାମୁଦ୍ରିକ ମାଛ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସମୁଦ୍ର ଉପକୂଳରେ ଟ୍ରଲର ଦ୍ବାରା ମାଛ ବାସସ୍ଥାନ ପ୍ରଭାବିତ ହେବା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର...

ମହାନଦୀ ମାଳବନ୍ଧର ସୁରକ୍ଷା:ପଥର ପ୍ୟାକିଂରେ ବ୍ୟବହାର ହେଉଛି ଛୋଟ ପଥର; ପ୍ରଥମ ବନ୍ୟାରେ ଭାସିଯିବା ଆଶଙ୍କା

ଖଣ୍ଡପଡା,୪ା୭ (ସ୍ବ.ପ୍ର.): କଣ୍ଟିଲୋ ନୀଳମାଧବ ଜୀଉ ମନ୍ଦିର ପାଦଦେଶରେ ପ୍ରବାହିତ ମହାନଦୀ ଦକ୍ଷିଣପାର୍ଶ୍ୱ ମାଳବନ୍ଧ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବାରୁ ଏହାର ସୁରକ୍ଷା ପାଇଁ ପଦକ୍ଷେପ...

ଆସିବ ନୂଆ କୃଷି ନୀତି-୨୦୧୯

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟରେ କୃଷକମାନଙ୍କର ଆୟ ବୃଦ୍ଧି କରିବା ଏବଂ ବଜାର ସୁବିଧା କରିବା ସକାଶେ ରାଜ୍ୟ ସରକାର ଖୁବଶୀଘ୍ର ଓଡ଼ିଶା କୃଷି ନୀତି-୨୦୧୯ ଆଣିବାକୁ ଯାଉଛନ୍ତି।...

ଅଗଷ୍ଟ ୩କୁ ଘୁଞ୍ଚିଲା ମହାନଦୀ ଶୁଣାଣି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ହୋଇଛି। ଓଡ଼ିଶା ପକ୍ଷରୁ ହୋଇଥିବା ମଧ୍ୟବର୍ତ୍ତିକାଳୀନ ଆବେଦନ ଉପରେ ଏହି ଶୁଣାଣି ହୋଇଛି। ପରବର୍ତ୍ତୀ...

୧୦ରେ ଓଡ଼ିଶା ଆସିବେ ଶିବରାଜ ସିଂହ ଚୌହ୍ବାନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଭାଜପାର ସଦସ୍ୟତା ଅଭିଯାନ ଗତ ଜୁଲାଇ ୬ରୁ ଦେଶ ସମେତ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଛି। ଏହି ସଦସ୍ୟତା ଅଭିଯାନର ସମୀକ୍ଷା କରିବା ସହ...

ପଲ୍ୟୁସନ ଟେଷ୍ଟିଂ ଗାଡ଼ିିକୁ ହଟାଇଲେ ଲୋକେ

ବାରିପଦା ଅଫିସ,୧୧ା୯- ନୂତନ ମୋଟରଯାନ ଆଇନରେ ପରିବର୍ତ୍ତନ ହେବା ପରେ ଜରିମାନା ଭୟରେ ଗାଡ଼ି ଚାଳକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି। ରାଜ୍ୟ ସରକାର ଲୋକଙ୍କ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *