୨ୟ ପର୍ଯ୍ୟାୟରେ ୩୯,୮୮୪ ଛାତ୍ରୀଛାତ୍ର ମନୋନୀତ

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଶନିବାର ପ୍ରକାଶ ପାଇଛି। ମୋଟ ୩୯,୮୮୪ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରେ ୨୧,୧୬୫ଜଣ ଛାତ୍ରୀ ଥିବାବେଳେ ୧୮,୭୧୭ ଛାତ୍ର ଏବଂ ୨ କିନ୍ନର ରହିଛନ୍ତି। କଳାରେ ୨୧,୦୪୧ଜଣ ଥିବାବେଳେ ସେଲ୍‌ଫ ଫାଇନାନ୍ସିଂରେ ୫୩୭, ବାଣିଜ୍ୟରେ ୩,୪୦୦, ଶାସ୍ତ୍ରୀରେ ୪୨୩, ଫିଜିକାଲ ସାଇନ୍ସରେ ୭,୭୦୭ ଓ ବାୟୋଲୋଜିକାଲ ସାଇନ୍ସରେ ୬,୭୭୬ ଜଣ ଛାତ୍ରୀଛାତ୍ର ରହିଛନ୍ତି। ଏମାନେ ଆସନ୍ତା ୧୯ ତାରିଖ ଅପରାହ୍ନ ୫ଟାରେ ମଧ୍ୟରେ ନାମ ଲେଖାଇବେ। ୨୦ତାରିଖ ଅପରାହ୍ନ ୨ଟାରେ ସାମ୍ସ ୱେବ୍‌ସାଇଟ୍‌ ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକର ଇ-ସ୍ପେସ୍‌ରେ ବଳକା ସିଟ୍‌ ତାଲିକା ପ୍ରକାଶ ପାଇବ। ୨୧ ତାରିଖ ପୂର୍ବାହ୍ନ ୧୧ଟାରୁ ୨୩ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରୀଛାତ୍ର ସ୍ପଟ୍‌ ନାମଲେଖା ପାଇଁ ଆବେଦନ କରିବେ। ତେବେ ପୂର୍ବରୁ ଆବେଦନ କରିଥିବା ଛାତ୍ରୀଛାତ୍ରମାନେ କେବଳ ସ୍ପଟ୍‌ ନାମଲେଖା ପାଇଁ ଆବେଦନ କରିପାରିବେ। ୨୮ ତାରିଖ ଅପରାହ୍ନରେ ଏହି ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୮ ତାରିଖ ୨ଟାରୁ ଅକ୍ଟୋବର ୧ ଅପରାହ୍ନ ୫ଟା ମଧ୍ୟରେ ମନୋନୀତ ଛାତ୍ରୀଛାତ୍ରମାନେ ନାମ ଲେଖାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri