୨ୟ ପର୍ଯ୍ୟାୟରେ ୩୯,୮୮୪ ଛାତ୍ରୀଛାତ୍ର ମନୋନୀତ

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଶନିବାର ପ୍ରକାଶ ପାଇଛି। ମୋଟ ୩୯,୮୮୪ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରେ ୨୧,୧୬୫ଜଣ ଛାତ୍ରୀ ଥିବାବେଳେ ୧୮,୭୧୭ ଛାତ୍ର ଏବଂ ୨ କିନ୍ନର ରହିଛନ୍ତି। କଳାରେ ୨୧,୦୪୧ଜଣ ଥିବାବେଳେ ସେଲ୍‌ଫ ଫାଇନାନ୍ସିଂରେ ୫୩୭, ବାଣିଜ୍ୟରେ ୩,୪୦୦, ଶାସ୍ତ୍ରୀରେ ୪୨୩, ଫିଜିକାଲ ସାଇନ୍ସରେ ୭,୭୦୭ ଓ ବାୟୋଲୋଜିକାଲ ସାଇନ୍ସରେ ୬,୭୭୬ ଜଣ ଛାତ୍ରୀଛାତ୍ର ରହିଛନ୍ତି। ଏମାନେ ଆସନ୍ତା ୧୯ ତାରିଖ ଅପରାହ୍ନ ୫ଟାରେ ମଧ୍ୟରେ ନାମ ଲେଖାଇବେ। ୨୦ତାରିଖ ଅପରାହ୍ନ ୨ଟାରେ ସାମ୍ସ ୱେବ୍‌ସାଇଟ୍‌ ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକର ଇ-ସ୍ପେସ୍‌ରେ ବଳକା ସିଟ୍‌ ତାଲିକା ପ୍ରକାଶ ପାଇବ। ୨୧ ତାରିଖ ପୂର୍ବାହ୍ନ ୧୧ଟାରୁ ୨୩ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରୀଛାତ୍ର ସ୍ପଟ୍‌ ନାମଲେଖା ପାଇଁ ଆବେଦନ କରିବେ। ତେବେ ପୂର୍ବରୁ ଆବେଦନ କରିଥିବା ଛାତ୍ରୀଛାତ୍ରମାନେ କେବଳ ସ୍ପଟ୍‌ ନାମଲେଖା ପାଇଁ ଆବେଦନ କରିପାରିବେ। ୨୮ ତାରିଖ ଅପରାହ୍ନରେ ଏହି ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୮ ତାରିଖ ୨ଟାରୁ ଅକ୍ଟୋବର ୧ ଅପରାହ୍ନ ୫ଟା ମଧ୍ୟରେ ମନୋନୀତ ଛାତ୍ରୀଛାତ୍ରମାନେ ନାମ ଲେଖାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?