ପୂରଣ ହେବ ୩୯୯ ଓସିଏସ୍‌ ପଦବୀ: ୧୭ରୁ ଆବେଦନ ପ୍ରକ୍ରିୟା ଆରମ୍ଭ

କଟକ,୨୯ା୧୨: ରାଜ୍ୟରେ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)ର ୩୯୯ ପଦବୀ ଖୁବ୍‌ଶୀଘ୍ର ପୂରଣ ହେବ। ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ଏହି ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ନିଯୁକ୍ତି ପରୀକ୍ଷା କରିବ। ଏନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।