ସରିଲା ଯୁକ୍ତ୩ ଆବେଦନ: ୨୫ରେ ପ୍ରଥମ ମେଧା ତାଲିକା

ଭୁବନେଶ୍ୱର, ୧୮।୬(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ସୋମବାର ଆବେଦନ ପ୍ରକ୍ରିୟା ଶେଷ ହୋଇଛି। ୨ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମଲେଖା ପାଇଁ ଆବେଦନ କରିଛନ୍ତି। ସୋମବାର ରାତି ୮ଟା ସୁଦ୍ଧା ୨,୨୯,୮୨୦ ଜଣ ଆବେଦନ କରିଥିବାବେଳେ ୨,୨୭,୮୪୯ ଜଣ ଅନ୍‌ଲାଇନ୍‌ରେ ଫି’ ଦାଖଲ କରିଛନ୍ତି। ୧୮ ରୁ ୧୯ ତାରିଖ ମଧ୍ୟରେ ଛାତ୍ରୀଛାତ୍ର ଆବେଦନ ଫର୍ମରେ ତ୍ରୁଟି ସୁଧାରି ପାରିବେ। ୨୫ ତାରିଖ ଅପରାହ୍ନ ୪ଟାରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ୨୫ରୁ ୨୮ ତାରିଖ ଯାଏ ଛାତ୍ରୀଛାତ୍ର ସ୍ଲାଇଡ୍‌ ଅପ୍‌ସନ ଚୟନ କରିପାରିବେ। ୨୬ରୁ ୨୯ ତାରିଖ ଅପରାହ୍ନ ୫ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ସେହିଭଳି ଜୁଲାଇ ୫ ଅପରାହ୍ନ ୪ଟାରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ୬ରୁ ୯ ତାରିଖ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଜୁଲାଇ ୧୫ ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ବାହାରିବ ଓ ୧୬ରୁ ୧୯ତାରିଖ ପର୍ଯ୍ୟନ୍ତ ମନୋନୀତ ଛାତ୍ରୀଛାତ୍ର ନାମଲେଖାଇ ପାରିବେ। ଅଗଷ୍ଟ ୧ରୁ ଯୁକ୍ତ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ। ସୂଚନାଯୋଗ୍ୟ, ରାଜ୍ୟରେ ମୋଟ ୧,୦୫୬ଟି ଡିଗ୍ରୀ କଲେଜ ଥିବାବେଳେ ୨,୭୪,୫୦୭ଟି ସିଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri