ଯୁକ୍ତ୩ ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ମଙ୍ଗଳବାର ପ୍ରଥମ ମେଧାବୀ ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ମୋଟ ୨,୭୪,୩୩୧ ସିଟ୍‌ ଥିବାବେଳେ ୨,୩୭,୭୯୫ ଜଣ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ମେଧା ତାଲିକାରେ ୧,୭୮,୯୭୬ଜଣ ମନୋନୀତ ହୋଇଛନ୍ତି। ଏଥିରେ ୧,୦୬,୪୧୪ଜଣ ଛାତ୍ରୀ, ୭୨,୫୫୬ଜଣ ଛାତ୍ର ଓ ୬ଜଣ କିନ୍ନର ରହିଛନ୍ତି। କଳା, ବିଜ୍ଞାନ ଏବଂ ବାଣିଜ୍ୟ ଆଦି ତିନୋଟି ବିଭାଗରେ କଟକ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ସର୍ବାଧିକ କଟ୍‌ଅଫ୍‌ ମାର୍କ ରହିଛି। କଳାରେ ସର୍ବାଧିକ କଟ୍‌ଅଫ୍‌ ମାର୍କ ୮୯.୬୭%(ଭୂଗୋଳ) ରହିଥିବା ବେଳେ ଫିଜିକାଲ ସାଇନ୍ସରେ ୯୧.୧୭%, ଜୈବ ବିଜ୍ଞାନରେ ୯୩.୨୦%(ପ୍ରାଣୀ ବିଜ୍ଞାନ) ଏବଂ ବାଣିଜ୍ୟରେ ୮୮.୬୦% କଟ୍‌ ଅଫ୍‌ ଯାଇଛି। ସେପଟେ ଶାସ୍ତ୍ରୀରେ ଶ୍ରୀ ରାଧାମାଧମ ସଂସ୍କୃତ କଲେଜ ସର୍ବାଧିକ କଟ୍‌ଅଫ୍‌ ମାର୍କ ୬୮.୫୭%(ଶାସ୍ତ୍ରୀ) ରହିଛି। ସେଲ୍‌ଫ ଫାଇନାନ୍ସିଂରେ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ୮୭.୪୦%(ବାୟୋ-ଟେକ୍ନୋଲୋଜି) ଏବଂ ଆଇନ ବିଭାଗରେ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟରେ ସର୍ବାଧିକ କଟ୍‌ଅଫ୍‌ ମାର୍କ ୮୧% ଯାଇଛି। ତେବେ ମୋଟ ମନୋନୀତ ଛାତ୍ରୀଛାତ୍ରଙ୍କ ମଧ୍ୟରୁ କଳାରେ ୧,୦୯,୮୫୪ଜଣ ଛାତ୍ରୀଛାତ୍ର ଥିବାବେଳେ ବିଜ୍ଞାନରେ ୪୫,୬୧୪, ବାଣିଜ୍ୟରେ ୧୭,୧୫୬, ଶାସ୍ତ୍ରୀରେ ୩,୫୭୪, ସେଲ୍‌ଫ ଫାଇନାନ୍ସିଂରେ ୨,୬୨୬, ଆଇନରେ ୧୫୨ଜଣ ରହିଛନ୍ତି। ମନୋନୀତ ଛାତ୍ରୀଛାତ୍ର ୨୬ତାରିଖ ସକାଳ ୯ଟାରୁ ୨୯ ତାରିଖ ଅପରାହ୍ନ ୫ଟା ଭିତରେ ନାମଲେଖାଇବେ। ସେହିଭଳି ଜୁଲାଇ ୫ ଅପରାହ୍ନ ୪ଟାରେ ଦ୍ବିତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ। ୬ ରୁ ୯ ତାରିଖ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ହେବ। ଜୁଲାଇ ୧୫ ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ ଓ ମନୋନୀତ ଛାତ୍ରୀଛାତ୍ର ୧୬ ରୁ ୧୯ତାରିଖ ଭିତରେ ନାମ ଲେଖାଇପାରିବେ। ଅଗଷ୍ଟ ୧ରୁ ଯୁକ୍ତ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri