ଉପମୁଖ୍ୟମନ୍ତ୍ରଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ସୁଭଦ୍ରା ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ

ଭୁବନେଶ୍ୱର,୨୯।୧୦ (ସୁନିତ୍‌ ମିଶ୍ର):‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବ୍‌ଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଗତ ସେପ୍ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସେହିଦିନ ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ ଅନେକ ହିତାଧିକାରୀଙ୍କୁ ଚଳିତ ମାସ ୯ ତାରିଖରେ ପ୍ରଥମ କିସ୍ତି ଟଙ୍କା ମିଳିଥିଲା। ସେଦିନ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଥିଲେ। ପ୍ରଥମ ଦୁଇ ପର୍ଯ୍ୟାୟରେ ଏଯାବତ୍‌ ପ୍ରାୟ ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ପାଇ ସାରିଲେଣି।

ରାଜ୍ୟ ସରକାର କୋଟିଏରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରି ଟଙ୍କା ଦେବାକୁ ଲକ୍ଷ୍ୟ ରଖିଛନ୍ତିି। ଆସନ୍ତା ମାର୍ଚ୍ଚ ୮ ତାରିଖରେ ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ କରାଯିବା ନିମନ୍ତେ ଘୋଷଣା କରାଯାଇଥିବାରୁ ଏହା ପୂର୍ବରୁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ତେବେ ଏହି ପର୍ଯ୍ୟାୟରେ କେତେ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବ ତାହା ସ୍ପଷ୍ଟ ହୋଇପାରି ନାହିଁ

ରାଜ୍ୟର ଅଧିକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ ଉଦ୍ଦେଶ୍ୟରେ ‘ସୁଭଦ୍ରା’ର ଗାଇଡ୍‌ଲାଇନରେ ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମଞ୍ଜୁରୀ ଦେଇସାରିଛନ୍ତି। ଯୋଗ୍ୟ ହିତାଧିକାରୀ ଚୟନ ନିମନ୍ତେ ରାଶନ କାର୍ଡ ଡାଟାବେସ୍‌ରେ ନିଶ୍ଚିତ ନାମ ଥିବାର ମାନଦଣ୍ଡକୁ ହଟାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

ସୁଭଦ୍ରା ଯୋଜନାରେ ମୋଟ ୧ କୋଟି ୨ ଲକ୍ଷ ହିତାଧିକାରୀ ପଞ୍ଜୀକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦିଆଯାଇସାରିଛି। ବିଭିନ୍ନ କାରଣରୁ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri