୩୦ରୁ ୩ୟ ଏମ୍‌ଆଇଓ ମହାକୁମ୍ଭ

ଭୁବନେଶ୍ୱର,୨୦।୧୧: ଚଳିତ ମାସ ୩୦ରୁ ୩ୟ ମେକ୍‌ ଇନ୍‌ ଓଡ଼ିଶା (ଏମ୍‌ଆଇଓ) କନ୍‌କ୍ଲେଭ ସ୍ଥାନୀୟ ଜନତା ମଇଦାନଠାରେ ହେବାକୁ ଯାଉଛି। ଏପରିକି ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏମ୍‌ଆଇଓ କନ୍‌କ୍ଲେଭକୁ ସଫଳତାର ସହ ପରିଚାଳନା କରିବାକୁ ରାଜ୍ୟ ଶିଳ୍ପ ବିଭାଗ, ଫିକି, ଇପିକଲ ସହ ପିଡବ୍ଲ୍ୟୁସି, ଲାନିୟାର୍ଡସ୍‌ ଏବଂ ଜେନେସିସ୍‌ ଭଳି ଜଣାଶୁଣା ସଂସ୍ଥାଙ୍କ ସହଯୋଗରେ ଏହି ବୃହତ୍‌ ଶିଳ୍ପ ମହାକୁମ୍ଭର ଆୟୋଜନ କରାଯାଉଛି। ଏହି ୫ଦିନିଆ କନ୍‌କ୍ଲେଭରେ ଦେଶବିଦେଶରୁ ବିଭିନ୍ନ ବର୍ଗର ଶିଳ୍ପପତିମାନେ ଯୋଗଦେଇ ଓଡ଼ିଶାର ବିଭିନ୍ନ କ୍ଷେତ୍ରରେ ରହିଥିବା ପୁଞ୍ଜିନିବେଶ ସୁଯୋଗ ସମ୍ପର୍କରେ ବିସ୍ତୃତ ଆଲୋଚନା କରିବେ। ଶିଳ୍ପ ବିଭାଗ ପକ୍ଷରୁ ନିକଟରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏପରିକି ଅନୁଷ୍ଠିତ ହେବାକୁ ଥିବା ଏମ୍‌ଆଇଓର ପ୍ରତ୍ୟେକ କାର୍ଯ୍ୟକ୍ରମକୁ ଠିକ୍‌ ଭାବେ ପ୍ରଚାର ପ୍ରସାର କରାଇବା ନିମନ୍ତେ ଭୁବନେଶ୍ୱରସ୍ଥିତ ଇଡ୍‌କୋ ସମ୍ମିଳନୀ କକ୍ଷରେ ଗଣମାଧ୍ୟମ ପରିଚାଳନା ସମ୍ପର୍କିତ ଏକ ବିସ୍ତୃତ ଆଲୋଚନା ମଧ୍ୟ ହୋଇଥିଲା। ଉକ୍ତ ସମ୍ମିଳନୀରେ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଇଡ୍‌କୋର ଅଧ୍ୟକ୍ଷ ହେମନ୍ତ କୁମାର ଶର୍ମା ଯୋଗଦେଇ ଏସ୍‌ଆଇଓ କନ୍‌କ୍ଲେଭ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ବିସ୍ତୃତ ସୂଚନା ଦେଇଥିଲେ। ସେହିପରି ଉକ୍ତ ବୈଠକରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଯୋଗଦେଇ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କନ୍‌କ୍ଲେଭ ସମ୍ପର୍କିତ ସମସ୍ତ ସୂଚନା ପ୍ରଦାନ କରାଯିବା ସହ ତା’ର ସଫଳ ପ୍ରଚାର ପ୍ରସାର ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ାଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀ ଓ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ମଧ୍ୟ ଉକ୍ତ ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri