ସମ୍ବଲପୁରରେ ତୃତୀୟ ରାଜ୍ୟ ସ୍ତରୀୟ ପୋଲିସ ସନ୍ତରଣ ଓ କ୍ରସ କଣ୍ଟ୍ରି ପ୍ରତିଯୋଗିତାର ଶୁଭାରମ୍ଭ

​ସମ୍ବଲପୁର,୨୭।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ୩ୟ ରାଜ୍ୟ ପୋଲିସ ସନ୍ତରଣ ଓ କ୍ରସକଣ୍ଟ୍ରି ପ୍ରତିଯୋଗିତାର ଶୁଭାରମ୍ଭ ହୋଇଯାଇଛି । ଡିଜିପିଙ୍କ ମାର୍ଗଦର୍ଶନ ଓ ପ୍ରେରଣାରେ ରାଜ୍ୟର ବିଭିନ୍ନ ସ୍ଥାନରେ କ୍ରୀଡ଼ା ଆୟୋଜନ କରାଯାଉଥିବା କ୍ରମରେ ସମ୍ବଲପୁରରେ ସୋମବାର ଏହି ସନ୍ତରଣ ଓ କ୍ରସକଣ୍ଟ୍ରି ପ୍ରତିଯୋଗିତାର ଶୁଭାରମ୍ଭ ହୋଇଛି। ଏହି ପ୍ରତିଯୋଗିତାରେ ରାଜ୍ୟର ୨୦ଟି ଦଳର ମୋଟ ୧୪୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି । ସେମାନଙ୍କ ମଧ୍ୟରୁ ୮୨ ଜଣ କ୍ରସକଣ୍ଟ୍ରି ଏବଂ ୫୯ ଜଣ ସନ୍ତରଣ ପ୍ରତିଯୋଗିତାରେ ନିଜର ଦକ୍ଷତା ପ୍ରଦର୍ଶନ କରିବେ ।​

ଏଥିରେ ମୁଖ୍ଯ ଅତିଥି ଭାବେ ଡିଆଇଜି-ଇନ୍-ଚାର୍ଜ ବ୍ରିଜେଶ ରାୟ ଯୋଗଦେଇ ପ୍ରତିଯୋଗିତାକୁ ଉଦଘାଟନ କରିଛନ୍ତି। ସେ ତାଙ୍କ ବକ୍ତବ୍ଯରେ କହିଛନ୍ତି ଯେ, ଏହି ପ୍ରତିଯୋଗିତାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପୋଲିସ ବାହିନୀ ମଧ୍ୟରେ ଭାତୃଭାବ ବୃଦ୍ଧି କରିବା ଏବଂ କ୍ରୀଡ଼ା ପ୍ରତି ଯୁବପିଢ଼ିଙ୍କୁ ଆକୃଷ୍ଟ କରିବା। ଏହି ପ୍ରତିଯୋଗିତା ପୋଲିସ ବାହିନୀ ମଧ୍ୟରେ ଅନୁଶାସନ ବଜାୟ ରଖିବା ଏବଂ କର୍ତ୍ତବ୍ୟ ସମ୍ପାଦନ କ୍ଷେତ୍ରରେ ବିଶେଷ ସହାୟକ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଏହି ସଫଳ ଆୟୋଜନ ପାଇଁ ସେ ସମ୍ବଲପୁର ଏସପିଙ୍କୁ ଧନ୍ୟବାଦ ଜଣାଇବା ସହ ପ୍ରତିଯୋଗିତାରେ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଛନ୍ତି ।

ସମ୍ବଲପୁର ଏସପି ମୁକେଶ କୁମାର ଭାମୁ କହିଛନ୍ତି ଯେ, ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଚାଲିବ ଏବଂ ଶେଷ ଦିନରେ ଏକ ସ୍ୱତନ୍ତ୍ର ଉଦଯାପନୀ ସମାରୋହ ଅନୁଷ୍ଠିତ ହେବ । ରାଜ୍ୟ ତଥା ଜାତୀୟ ସ୍ତରରେ ପୋଲିସ କ୍ରୀଡ଼ାବିତମାନଙ୍କୁ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଏହା ଏକ ଉପଯୁକ୍ତ ମଞ୍ଚ ବୋଲି ସେ କହିଛନ୍ତି । ଉଦଘାଟନୀ ଉତ୍ସବରେ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୋନପୁର ଏବଂ ବଲାଙ୍ଗୀରର ଏସପିଙ୍କ ସମେତ ଅନ୍ୟାନ୍ୟ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?