Posted inଖେଳ

ତୃତୀୟ ଟି୨୦ ଜିତିଲା ଭାରତ: ୨-୧ରେ ସିରିଜ ଆଗୁଆ

ହରାରେ, ୧୦।୭: ହରାରେ ସ୍ପୋଟର୍‌ସ ଗ୍ରାଉଣ୍ଡରେ ବୁଧବାର ଅନୁଷ୍ଠିତ ତୃତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୩ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୧ରେ ଅଗ୍ରଣୀଲାଭ କରିଛି। ଭାରତ ୨୦ ଓଭରରେ ୪ ଉଇକେଟ ହରାଇ ୧୮୨ ରନ କରିଥିବାବେଳେ ଜିମ୍ବାଓ୍ବେ ୨୦ ଓଭରରେ ୬ ଉଇକେଟ ହରାଇ ୧୫୯ ରନ କରିବାକୁ ସକ୍ଷମ ହୋଇଥିଲା। ୪ ଓଭରରେ ମାତ୍ର ୧୫ ରନ ଦେଇ ୩ଟି ଉଇକେଟ ନେଇଥିବା ଓ୍ବାଶିଂଟନ ସୁନ୍ଦର ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।

ଟସ୍‌ଜିତି ବ୍ୟାଟିଂ ନେଇଥିବା ଭାରତ ଅଧିନାୟକ ଶୁବମନ ଗିଲ୍‌ ଓ ଯଶସ୍ବୀ ଜୟସ୍ବାଲଙ୍କ ମାଧ୍ୟମରେ ଭଲ ଆରମ୍ଭ କରିଥିଲା। ଦୁହେଁ ଓପନିଂ ଯୋଡ଼ିରେ ୬୭ ରନ ସଂଗ୍ରହ କରିଥିଲେ। ଜୟସ୍ବାଲ ୨୭ ବଲ୍‌ରୁ ୩୬ (୪ ଚୌକା, ୨ ଛକା) ରନକରି ଆଉଟ ହେବାରୁ ଯୋଡ଼ି ଭାଙ୍ଗିଥିଲା। ଗତ ମ୍ୟାଚରେ ଶତକ ହାସଲକାରୀ ଅଭିଷେକ ଶର୍ମା (୧୦ ରନ) ଏଠାରେ ତୃତୀୟ ସ୍ଥାନରେ ବ୍ୟାଟିଂ କରି ବିଫଳ ହୋଇଥିଲେ ହେଁ ଋତୁରାଜ ଗାଏକ୍ୱାଡ୍‌ ୨୮ ବଲ୍‌ରୁ ୪୯ (୪ ଚୌକା, ୩ ଛକା) ରନ କରିବାରୁ ଭାରତ ସ୍କୋର ୧୮୨ରେ ପହଞ୍ଚତ୍ ଯାଇଥିଲା।

ଜିମ୍ବାଓ୍ବେ ପକ୍ଷରୁ ବ୍ଲେସିଂ ମୁଜାରବାନି ଓ ସିକନ୍ଦର ରାଜା ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଜିମ୍ବାଓ୍ବେ ଏକଦା ୩୯ ରନରେ ୫ ଉଇକେଟ ହରାଇଥିଲେ ମଧ୍ୟ ଡିଅନ ମେୟର୍ସଙ୍କ ଅପରାଜିତ ୬୫ ରନ ବଳରେ ୧୫୯ ରନର ସମ୍ମାନଜନକ ସ୍କୋର କରିବାକୁ ସକ୍ଷମ ହୋଇଥିଲା। ଭାରତୀୟ ବୋଲରଙ୍କ ମଧ୍ୟରେ ଓ୍ବାଶିଂଟନ ସୁନ୍ଦର ୩ଟି, ଆଭେଶ ଖାଁ ୨ଟି ଓ ଖଲିଲ ଅହମଦ ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri