Posted inଖେଳ

ତୃତୀୟ ଟେଷ୍ଟ: ଘଣ୍ଟାଏ ମଧ୍ୟରେ ଭାରତର ଅଧା ଖେଳାଳି ଫେରିଲେ ପାଭିଲିୟନ…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଏହି ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆ ୨-୦ ଅଗ୍ରଣୀ ହାସଲ କରିସାରିଛି। ଏହି ଟେଷ୍ଟରେ ଜିତି ଭାରତୀୟ ଦଳ ସିରିଜ ଜିତିବାକୁ ଚାହୁଁଛି। ଏହି ମ୍ୟାଚ ଜିତିବା ପରେ ଟିମ ଇଣ୍ଡିଆ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବ। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ।

ତେବେ ମ୍ୟାଚ ଆରମ୍ଭ ହେବାର ଏକ ଘଣ୍ଟା ମଧ୍ୟରେ ଭାରତ ପାଞ୍ଚଟି ୱିକେଟ ହରାଇଛି। ଭାରତର ସ୍କୋର ୪୫ ଥିବାବେଳେ ଅଧା ଖେଳାଳି ପାଭିଲିୟନ ଫେରିଛନ୍ତି। ମ୍ୟାଚ ପୂର୍ବାହ୍ନ ସାଢ଼େ ୯ଟା ରେ ଆରମ୍ଭ ହୋଇଥିଲା ଏବଂ ସାଢ଼େ ୧୦ ସୁଦ୍ଧା ରୋହିତ ଶର୍ମା (୧୨), ଶୁଭମାନ ଗିଲ (୨୧), ଚେତେଶ୍ୱର ପୂଜାରା (୧), ରବିନ୍ଦ୍ର ଜାଡେଜା (୪) ଏବଂ ଶ୍ରେୟାସ ଆୟର (୦) କରି ପାଭିଲିୟନକୁ ଫେରିଛନ୍ତି। ଅଷ୍ଟ୍ରେଲୀୟ ସ୍ପିନରମାନେ ଆରମ୍ଭରୁ ମ୍ୟାଚ ଉପରେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ମାଥ୍ୟୁ କୁହେମାନ ରୋହିତ, ଶୁବମାନ ଏବଂ ଶ୍ରେୟାସଙ୍କୁ ଆଉଟ କରିଥିଲେ। ଏଥି ସହିତ ନାଥନ ଲିଅନ ଚେତେଶ୍ୱର ପୂଜାରା ଏବଂ ରବିନ୍ଦ୍ର ଜାଡେଜାଙ୍କୁ ପାଭିଲିୟନ ଫେରାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri