୧୪ ଜିଲାରୁ ୪.୨୫ ଲକ୍ଷ ମେଟ୍ରିକ୍‌ ଟନ୍‌ ରବିଧାନ କ୍ରୟ

ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପାକ୍ସ/ଲ୍ୟାମ୍ପସ୍‌ ଜରିଆରେ ରବିଧାନ କିଣା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୧୪ ଜିଲାରୁ ମୋଟ ୬୩,୮୨୭ଜଣ ଚାଷୀଙ୍କ ନିକଟରୁ ୭୯୩କୋଟି ଟଙ୍କାରେ ୪ ଲକ୍ଷ ୨୫ ହଜାର ମେଟ୍ରିକ ଟନ୍‌ ରବିଧାନ କ୍ରୟ କରାଯାଇଛି। ବିଭିନ୍ନ ଜିଲାରେ ଥିବା ୧୦୨୦ଟି କେନ୍ଦ୍ର ମାଧ୍ୟମରେ ରବିଧାନ ସଂଗ୍ରହ କରାଯାଉଛି। ଆଗକୁ ସୋସାଇଟିଗୁଡ଼ିକରେ କୋଭିଡ୍‌ ନିୟମକୁ ପାଳନ କରି ରବିଧାନ ସଂଗ୍ରହକୁ ତ୍ୱରାନ୍ବିତ କରାଯିବ। ଏଥିସହିତ ନାମ ପଞ୍ଜୀକରଣ କରିଥିବା ଚାଷୀମାନେ ଯେପରି ସହଜରେ ମଣ୍ଡିରେ ଧାନ ବିକ୍ରି କରିପାରିବେ ସେ ନେଇ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପାକ୍ସ ଓ କ୍ଷେତ୍ର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ବରଗଡ଼ ଜିଲାରେ ସର୍ବାଧିକ ୨ ଲକ୍ଷ ୮ ହଜାର ୮୯ ମେଟ୍ରିକ୍‌ ଟନ୍‌ ରବି ଧାନ ସଂଗ୍ରହ କରାଯାଇଥିବାବେଳେ ଏହା ତଳକୁ ସୁବର୍ଣ୍ଣପୁରରେ ୮୧,୮୨୪ ମେଟ୍ରିକ୍‌ ଟନ୍‌, ସମ୍ବଲପୁରରେ ୫୩,୬୩୦ ମେଟ୍ରିକ୍‌ ଟନ ଓ କଳାହାଣ୍ଡି ଜିଲାରେ ୫୦,୬୧୦ ମେଟ୍ରିକ୍‌ ଟନ୍‌ ରହିଛି ା ରବିଧାନ ସଂଗ୍ରହ କାର୍ଯ୍ୟ ଆସନ୍ତା ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାନୁସାରେ, ଚଳିତ ବର୍ଷ ରବିଧାନ ସଂଗ୍ରହ ପାଇଁ ମୋଟ ୨ ଲକ୍ଷ ୩୨ ହଜାର ୪୦୯ ଜଣ ଚାଷୀ ନାମ ପଞ୍ଜୀକରଣ କରିଥିଲେ ା ଅଦ୍ୟାବଧି ୨ ଲକ୍ଷ ୨୦ ହଜାର ୨୪୩ ଜଣ ଚାଷୀଙ୍କ ଜମିଜମା ବାବଦ ତଥ୍ୟ, ବ୍ୟାଙ୍କ୍‌ ଆକାଉଣ୍ଟ, ଆଧାର କାର୍ଡ, ଜଳସେଚିତ ଜମିର ପରିମାଣ ଆଦିର ଯାଞ୍ଚ ପ୍ରକ୍ରିୟା ସରିଛି। ଏମାନଙ୍କ ମଧ୍ୟରୁ ୬୩ ହଜାର ୮୨୭ ଜଣ ଚାଷୀଙ୍କଠାରୁ ମୋଟ ୪ ଲକ୍ଷ ୨୫ ହଜାର ମେଟ୍ରିକ୍‌ ଟନ୍‌ ଧାନ କିଣା ସରିଛି। ଏବେ ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଝାରସୁଗୁଡ଼ା, କଳାହାଣ୍ଡି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲାରେ ଧାନ ସଂଗ୍ରହ କରାଯାଉଥିବାବେଳେ ଖୁବ୍‌ଶୀଘ୍ର କୋରାପୁଟ, ଖୋର୍ଦ୍ଧା ଓ ଯାଜପୁରରୁ ରବିଧାନ ସଂଗ୍ରହ ଆରମ୍ଭ କରାଯିବ ା


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri