କାର୍‌ ସିକ୍ରେଟ୍‌ ଚାମ୍ବରରୁ ୪.୬୬୪ କେଜି ସୁନା, ୧୮୫.୫ କେଜି ରୁପା ଜବତ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁରରେ ସୁନା ଓ ରୁପା ଚୋରା ଚାଲାଣ ବଢ଼ିବାରେ ଲାଗିଛି। ବିଭିନ୍ନ ସମୟରେ ବାହାର ରାଜ୍ୟରୁ ଟିକସ ଫାଙ୍କି ସୁନାଗହଣା ଓ ରୁପା ଚାଲାଣ ହେଉଥିବା ଦେଖିବାକୁ ମିଳିଛି। ଦଶହରା ଯୋଗୁ ରବିବାର ଗୋଳନ୍ଥରା ଥାନା ପୋଲିସ ପକ୍ଷରୁ ସୋରଳ ଛକରେ ଭୋର ସାଢ଼େ ୫ଟାରେ ନାକାବନ୍ଦୀ କରାଯାଇଥିଲା। ଏହି ସମୟରେ ତାମିଲନାଡୁର ସେଲମ୍‌ ସହରରୁ ଏକ କାର୍‌(ନଂ. କେଏ୦୧ଏମ୍‌ଆର୧୫୪୫)ରେ ୪ ଜଣ ଯୁବକ ବିପୁଳ ପରିମାଣର ସୁନା ଓ ରୁପା ଅଳଙ୍କାର ଧରି ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଆସୁଥିଲେ। ସନ୍ଦେହହେବାରୁ ଚେକିଂରେ ଥିବା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ଓ ଅନ୍ୟ ପୋଲିସ କର୍ମଚାରୀ ଉକ୍ତ କାରକୁ ଅଟକାଇ ଥିଲେ। କାର୍‌ର ପଛସିଟ୍‌ ଯାଞ୍ଚ ବେଳେ ସିକ୍ରେଟ୍‌ ଚାମ୍ବର ଭିତରେ ବିପୁଳ ପରିମାଣର ସୁନା ଅଳଙ୍କାର ଓ ରୁପା ରହିଥିବା ଦେଖିବାକୁ ପାଇଥିଲେ। କାର୍‌ରେ ଥିବା ବ୍ୟକ୍ତିମାନେ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ପରେ କାର ଓ ଉକ୍ତ ୪ଜଣ ବ୍ୟକ୍ତିଙ୍କୁ ପୋଲିସ ଗୋଳନ୍ଥରା ଥାନାକୁ ନେଇଥିଲା। ସେଠାରେ ସୁନା ଅଳଙ୍କାର ଓଜନ ବେଳେ ତାହା ୪ କେଜି ୬୬୪ ଗ୍ରାମ୍‌ ଓ ରୁପା ୧୮୫ କେଜି ୫୦୦ ଗ୍ରାମ ହୋଇଥିଲା। ଏହାର ବଜାର ମୂଲ୍ୟ ପ୍ରାୟ ୩ କୋଟି ୧୦ ଲକ୍ଷ ହେବ ବୋଲି ବ୍ରହ୍ମପୁର ଏସ୍‌ପି ସର୍ବଣ ବିବେକ୍‌ ଏମ୍‌. ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?