ଆସନ୍ତା ବିବାହ ଋତୁରେ ୪.୭୪ ଲକ୍ଷ କୋଟିର କାରବାର ଆକଳନ

ଭୁବନେଶ୍ୱର, ୨୩।୧୧ (ଅଭୟ ଦାଶ): ଚଳିତ ବର୍ଷର ବିବାହ ଋତୁ ବେଶ୍‌ ଜାକଜମକରେ ହେବ ବୋଲି ଚର୍ଚ୍ଚା ହେଉଛି। କାରଣ ଆସନ୍ତା (ବିବାହ ଋତୁ) ୧୧ଦିନରେ ମୋଟ ୩୮ ଲକ୍ଷ ବାହାଘର ହେବ ବୋଲି କନ୍‌ଫେଡେରେଶନ ଅଫ୍‌ ଅଲ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି) ପକ୍ଷରୁ କୁହାଯାଇଛି। ଏପରିକି ଚଳିତ ବର୍ଷ ନଭେମ୍ବର ୨୩ରୁ ଡିସେମ୍ବର ୧୫ ପର୍ଯ୍ୟନ୍ତ ଭାରତରେ ମୋଟ ୩୮ ଲକ୍ଷ ବାହାଘର ଅନୁଷ୍ଠିତ ହେବ, ଯେଉଁଥିରୁ ସବୁ ବର୍ଗର ବ୍ୟବସାୟୀ ଭଲ କାରବାରର ଆଶା ବାନ୍ଧି ବସିଥିବା ବ୍ୟବସାୟୀ ସଙ୍ଗଠନ ସିଏଆଇଟି ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ବିଶେଷକରି ଆସନ୍ତା ବିବାହ ଋତୁରେ ଦେଶର ମେନ୍‌ଲାଇନ ରିଟେଲ ବ୍ୟବସାୟରେ ବସ୍ତୁ ଓ ସେବା ମିଳିତ ଭାବେ ୪.୭୪ ଲକ୍ଷ କୋଟି ଟଙ୍କାର କାରବାର କରିବ ବୋଲି ସିଏଆଇଟି ପକ୍ଷରୁ ଆକଳନ କରାଯାଇଛି। ଏପରିକି ୨୦୨୨ର ସମାନ ଅବଧି ମଧ୍ୟରେ ଭାରତର ପ୍ରାୟ ୩୨ ଲକ୍ଷ ବାହାଘର ଅନୁଷ୍ଠିତ ହୋଇଥିଲାବେଳେ ମୋଟ ୩.୭୫ ଲକ୍ଷ କୋଟିର କାରବାର ପୂର୍ବାନୁମାନ କରାଯାଇଥିଲା। ସେହିଭଳି ଆସନ୍ତା ବିବାହ ଋତୁକୁ ନେଇ ସିଏଆଇଟି ପକ୍ଷରୁ ଆକଳନ କରାଯାଇଛି ଯେ ଦେଶରେ ଆରମ୍ଭ ହେବାକୁ ଯାଉଥିବା ବିବାହ ଋତୁରେ କିଣାକିଣି ଓ ବିଭିନ୍ନ ସେବା ବାବଦ ବ୍ୟୟ ଗତ ବର୍ଷ ତୁଳନାରେ ପ୍ରାୟ ୧ଲକ୍ଷ କୋଟି ଟଙ୍କାରୁ ଅଧିକ ହେବ। ଏ ସମ୍ପର୍କରେ ସିଏଆଇଟି ସାଧାରଣ ସମ୍ପାଦକ ପ୍ରବୀନ ଖଣ୍ଡେଲୱାଲ କହିଛନ୍ତି, ଚଳିତ ବର୍ଷ ନଭେମ୍ବର ୨୩ରୁ ଡିସେମ୍ବର ୧୫ ମଧ୍ୟରେ ହାରାହାରି ୩୮ଲକ୍ଷ ବିବାହ ହେବ। ଏପରିକି ଏ ବାବଦରେ ମୋଟ ୪.୭୪ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ, ଯାହାକୁ ବର୍ତ୍ତମାନ ସମୟରେ ଅର୍ଥ ବ୍ୟବସ୍ଥା ଓ ଖୁଚୁରା ବ୍ୟବସାୟ ନିମନ୍ତେ ଏକ ଭଲ ସଂକେତ ଭାବେ ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri