Posted inରାଜ୍ୟ

୪.୭୯ କୁଇଣ୍ଟାଲ ଗଞ୍ଜେଇ, ୯.୭୭ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର,୧୩ା୯ (ବ୍ୟୁରୋ)/ ସୁବର୍ଣ୍ଣପୁର (ନି.ପ୍ର) : କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଆଉଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ଧରିଛି। ରବିବାର ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅଞ୍ଚଳରୁ ୪.୭୯ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ର଼୍ୟାକେଟରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ୯.୭୭ ଲକ୍ଷ, ଚୋରା ଚାଲାଣରେ ବ୍ୟବହୃତ ପିକ୍‌ଅପ୍‌ ଭ୍ୟାନ ଓ ଏକ ହୋଣ୍ଡା ସିଟି କାରକୁ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୁବଳୟା ଥାନା କାସଲପୁର ଅଞ୍ଚଳର ନରାୟଣ ପାତ୍ର ଓରଫ ମୁନୁ, ରେଢାଖୋଲା ଥାନା କଦଳୀଗଡ ଅଞ୍ଚଳର ସଞ୍ଜୟ ମେଶ୍ୱ, ବୀରମହାରାଜପୁର ଥାନା ହିଲୁଙ୍ଗ ଅଞ୍ଚଳର ସୌରଭ କୁମାର ବାରିକ ଓ ମଧ୍ୟପ୍ରଦେଶର ସୁଶୀଲ ମିଶ୍ର।
ସୂଚନା ମୁତାବକ, ସୁବଳୟା ଥାନାଞ୍ଚଳରୁ ବିପୁଳ ପରିମାଣ ଗଞ୍ଜେଇ ରାଜ୍ୟ ବାହାରକୁ ଚାଲାଣ ହେଉଥିବା ନେଇ ଗୋଇନ୍ଦା ଖବର ପହଞ୍ଚତ୍ଥିଲା। ଏସ୍‌ଟିଏଫ୍‌ ଟିମ୍‌ ପ୍ରାୟ ୨ ଦିନ ଧରି ଉକ୍ତ ଥାନାଞ୍ଚଳରେ ଗୁପ୍ତରେ ଡେରା ପକାଇବା ସହ ଅଭିଯୁକ୍ତଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା। ରବିବାର ଭୋର୍‌ରେ ହୋଣ୍ଡା ସିଟି କାର (ଡବ୍ଲ୍ୟୁ ବି୦୨ ଏକ୍ସ ୭୮୧୨ )କୁ ସନ୍ଦେହଜନକ ଅବସ୍ଥାରେ ଦେଖିବା ପରେ ତାହା ଉପରେ ଏସ୍‌ଟିଏଫ୍‌ ଅଧିକାରୀମାନେ ନଜର ରଖିଥିଲେ। ଉକ୍ତ କାର୍‌ଟ ପିତାମାହୁଲ ରୋଡ୍‌ରେ ଏକ ନମ୍ବର ବିହୀନ ପିକ୍‌ଅପ୍‌ ଭ୍ୟାନ ନିକଟରେ ଅଟକିଯିବା ପରେ ଏସ୍‌ଟିଏଫ୍‌ ଟିମ ଚାରପଟୁ ଘେରାଉ କରି ପ୍ରଥମେ ୪ ଅଭିଯୁକ୍ତଙ୍କୁ କାବୁ କରିନେଇଥିଲେ। ପିକଅପ ଭ୍ୟାନକୁ ଯାଞ୍ଚ କରିବା ପରେ ସେଥିରୁ ଗଞ୍ଜେଇ, ଟଙ୍କା ଓ ଅନ୍ୟାନ୍ୟ ସାମଗ୍ରୀ ମିଳିଥିଲା। ଏ ନେଇ ସୁବଳୟା ଥାନାରେ ଏନ୍‌ଡିପିଏସ୍‌ ଆକ୍ଟ ଅନୁଯାୟୀ ୭୦/୨୦ରେ ମାମଲା ରୁଜୁ କରାଯିବା ସହ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?