୪ ଅଭିଯୁକ୍ତ ଗିରଫ

ନିଶ୍ଚିନ୍ତକୋଇଲି/ମାହାଙ୍ଗା,୬ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ନୃତ୍ତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ହତ୍ୟା ଘଟଣାରେ ଗ୍ରାମାଞ୍ଚଳ ପୋଲିସ ମଙ୍ଗଳବାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ଜଣଙ୍କୁ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ହେଲେ ଯଁକୁଟି ଗ୍ରାମର ପଞ୍ଚାନନ ସେଠୀ(୨୮)। ଅନ୍ୟ ଅଭିଯୁକ୍ତମାନେ ହେଲେ ଯଁକୁଟି ଗ୍ରାମର ଅରବିନ୍ଦ ଖଟୁଆ(୨୭), ନୃତ୍ତାଙ୍ଗ ଗ୍ରାମର କ୍ଷୀତିଶ ଆଚାର୍ଯ୍ୟ(୪୫) ଓ ଲଳିତ ମୋହନ ବରାଳ(୭୫)। ମୁଖ୍ୟ ଅଭିଯୁକ୍ତ ପଞ୍ଚାନନ ସମସ୍ତ ଘଟଣା ପୋଲିସ ଆଗରେ ବଖାଣିବା ପରେ କଟକ ଅତିରିକ୍ତ ଏସ୍‌ପି ପ୍ରଦୀପ୍ତ ଜେନାଙ୍କ ନେତୃତ୍ୱରେ ଏକ ଟିମ୍‌ ତାଙ୍କୁ ଘଟଣାସ୍ଥଳକୁ ନେଇଥିଲା। ସେଠାରେ ସେ ହତ୍ୟାକାଣ୍ଡର ଡେମୋ ଦେଖାଇଥିଲେ। ଏହି ସମୟରେ ପୋଲିସ ଶୁକନଦୀ ପଠା ନିକଟ ଏକ ବେଣା ଗଛମୂଳରୁ ଗୋଟିଏ ରକ୍ତଭିଜା ଖଣ୍ଡା ଜବତ କରିଥିଲା। ଏଥିସହ ୨ ହଳ ଚପଲ, ଏକ ଚଷମା କାଚ, ରୁମାଲ, ଧଳା କପଡ଼ା ବ୍ୟାଗ, ୩ଟି କଞ୍ଜ୍ୟୁମର ଗ୍ୟାସ୍‌ କାର୍ଡ, ୪ଟି ମୋବାଇଲ ଓ ଗୋଟିଏ ବାଇକ୍‌ ଜବତ କରିଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ତଦନ୍ତ ଜାରି ରହିଛି ବୋଲି ପୋଲିସ କହିଛି। ଅପରପକ୍ଷରେ ଅଭିଯୁକ୍ତ ତାଲିକାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ନାମ ଥିବାରୁ ତାଙ୍କ ବହିଷ୍କାର ଓ ଗିରଫ ଦାବିରେ ଭାଜପା ଆନ୍ଦୋଳନକୁ ଜୋରଦାର କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତାପଙ୍କ କୁଶପୁତ୍ତଳିକା ଦାହ କରିବା ସହ ଥାନା ସମ୍ମୁଖରେ ବିକ୍ଷୋଭ କରାଯାଇଛି।
ଏନେଇ ଅପରାହ୍ନରେ ଡିଆଇଜି ଆଶିଷ କୁମାର ସିଂ, ଗ୍ରାମାଞ୍ଚଳ ଏସ୍‌ପି ବି.ଯୁଗଳ କିଶୋର ମାହାଙ୍ଗା ଥାନାରେ ପହଞ୍ଚତ୍ ତଦନ୍ତର ସମୀକ୍ଷା କରିବା ପରେ ଖବରଦାତା ସମ୍ମିଳନୀ ଜରିଆରେ ବିସ୍ତୃତ ସୂଚନା ଦେଇଛନ୍ତି। ସୂଚନାନୁଯାୟୀ, ଏହି ହତ୍ୟାକାଣ୍ଡ ପାଇଁ ପୂର୍ବରୁ ଯୋଜନା କରାଯାଇଥିଲା। ଜାନୁୟାରୀ ୨ତାରିଖରେ କୁଳମଣି ଓ ଦିବ୍ୟସିଂହ ରାତିରେ ଘରକୁ ଫେରୁଥିବାବେଳେ ଅଭିଯୁକ୍ତମାନେ ମୋବାଇଲ ଜରିଆରେ ସେମାନଙ୍କ ଗତିବିଧିର ସୂଚନା ରଖିଥିଲେ। ଯଁକୁଟି ନିକଟରେ ଥିବା ବିଦ୍ୟୁତ୍‌ ଖୁଣ୍ଟରୁ ଅଭିଯୁକ୍ତମାନେ ଲାଇନ୍‌ କାଟି ଦେବା ସହ ରାସ୍ତାରେ କାଠଗଣ୍ଡି ପକାଇଦେଇଥିଲେ। କୁଳମଣି ଓ ଦିବ୍ୟସିଂହ ରାସ୍ତାରେ କାଠଗଣ୍ଡି ପଡ଼ିଥିବା ଦେଖି ଅଟକିଯିବାରୁ ଅଭିଯୁକ୍ତମାନେ ଠେଙ୍ଗାରେ ଆକ୍ରମଣ କରିଥିଲେ। ଉଭୟ ବାଇକ୍‌ରୁ ପଡ଼ିଯିବା ପରେ ବୀଭତ୍ସଭାବେ ଖଣ୍ଡାରେ ହାଣି ଦେଇଥିଲେ। ବୁଧବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ ବୋଲି ପୋଲିସ କହିଛି। ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ସମ୍ପର୍କରେ ପୋଲିସ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।
ସୂଚନାଯୋଗ୍ୟ, କୁଳମଣିଙ୍କ ପୁଅ ରମାକାନ୍ତ ଏ ସମ୍ପର୍କରେ ଥାନାରେ ଅଭିଯୋଗ କରିବା ପରେ ମନ୍ତ୍ରୀ ପ୍ରତାପଙ୍କ ସମେତ ୧୩ ଜଣଙ୍କ ନାମରେ ଆଇପିସି ଦଫା ୧୨୦ ବି, ୧୪୭, ୧୪୮, ୧୪୯, ୩୦୨, ୫୦୬ ଓ ଆର୍ମସ ଆକ୍ଟ ୨୫ ଓ ୨୭ରେ ଏକ ମାମଲା(ନଂ. ୫/୨୧) ରୁଜୁ ହୋଇଛି। ବି.ଯୁଗଳ କିଶୋରଙ୍କ ନେତୃତ୍ୱରେ ୫ଟି ସ୍ବତନ୍ତ୍ର ପୋଲିସ ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ସୋମବାର ରାତିରେ ଅଭିଯୁକ୍ତଙ୍କୁ ପୋଲିସ ଉଠାଇ ଆଣି ଏକ ଅଜ୍ଞାତ ସ୍ଥାନରେ ପଚରାଉଚୁରା କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri