ଝାରସୁଗୁଡା ଗୁଳିକାଣ୍ଡ ଘଟଣାରେ ୪ ଫେରାର ଅଭିଯୁକ୍ତ ଗିରଫ

ଝାରସୁଗୁଡା ଅଫିସ,୧୩।୧୨: ଝାରସୁଗୁଡା ସହରରେ ଗତ ୪ ତାରିଖରେ ଗୁଳିକାଣ୍ଡ ଘଟାଇ ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ। ଏହି ଘଟଣାର ପର୍ଦ୍ଦାଫାସ କରି ପୋଲିସ ୧ ସପ୍ତାହ ପରେ ସୁଦୂର କୋଲକାତାରୁ ଫେରାର ୪ ଅଭିଯୁକ୍ତଙ୍କୁ ଗିରଫକରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଦୀପକ ସାହୁ, ତାଙ୍କ ପୁଅ ଅର୍ଜୁନ ସାହୁ, ସହଯୋଗୀ ମୁନୁ ପାଣ୍ଡେ ଓ ବାବୁ ଖାନ ରହିଛନ୍ତି। ଏମାନଙ୍କ ନିକଟରୁ ପୋଲିସ ୨ ଦେଶୀ ବନ୍ଧୁକ, ୪ ଅଫୁଟା ଗୁଳି, ୪ ମୋବାଇଲ, ୫ ଖୋକା, ଗୁଳିକାଣ୍ଡରେ ବ୍ୟବହୃତ ସ୍କୋର୍ପିଓ ଆଦି ପୋଲିସ ଜବତ କରିଛି। ଏ ନେଇ ଏସପି ରାହୁଲ ଜୈନ ଖବରଦାତା ସମ୍ମିଳନୀରେ ସୂଚନା ଦେବାକୁ ଯାଇ କହିଛନ୍ତି, ଗତ ୪ ତାରିଖ ରାତିରେ ଅଭିଯୁକ୍ତମାନେ ବସ୍‌ଷ୍ଟାଣ୍ଡ ନିକଟରେ ବୁରୋମାଲ ରୋହିତ ଶାହା ନାମକ ବ୍ୟକ୍ତିଙ୍କୁ ବନ୍ଧୁକ ଦେଖାଇ ଜୀବନରୁ ମାରିଦେବା ପାଇଁ ଗୋଡାଇଥିଲେ। ଏହାର କିଛି ସମୟ ପରେ ସହରରେ ଥିବା କଳିଙ୍ଗାବାର୍‌ ସମ୍ମୁଖରେ ସମ୍ପୁକ୍ତ ଅଭିଯୁକ୍ତମାନେ ପୁରୁଣା ବସ୍ତିର ଛୋଟୁ ସିନ୍ଦିରିଆଙ୍କୁ ଗାଳିଗୁଲଜ କରିବା ସହ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଏଥିରେ ଛୋଟୁ ଅଳ୍ପକେ ବର୍ତ୍ତିଯାଇଥିବା ବେଳେ ତାଙ୍କର କୌଣସି ପ୍ରକାର କ୍ଷତି ହୋଇ ନ ଥିଲା । ଏନେଇ ଉଭୟଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଟାଉନ୍‌ ଥାନା ଓ ସଦର ଥାନାରେ ୨ଟି ପୃଥକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ଏହି ଘଟଣାର ପର୍ଦ୍ଦାଫାସ କରି ଫେରାର ଅଭିଯୁକ୍ତଙ୍କୁ ଧରିବାପାଇଁ ଏସଡିପିଓ ନିର୍ମଳ ମହାପାତ୍ରଙ୍କ ନେତୃତ୍ୟରେ ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢାଉକରି ଅଭିଯୁକ୍ତଙ୍କୁ ଧରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri