ଚୋରି ଘଟଣାର ପର୍ଦ୍ଦାଫାସ: ୪ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୨୮।୯: ବରଗଡ଼ ସଦର ଥାନା ଅନ୍ତର୍ଗତ ରେଙ୍ଗାଲପାଲି ଗ୍ରାମରେ ଗତ ୧ ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାସ ହୋଇଛି। ଚୋରି ସାମଗ୍ରୀ ଜବତ ସହିତ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ରେଙ୍ଗାଲପାଲି ଗ୍ରାମର ବଳିଷ୍ଠ ସେଠ(୨୬), ପଦ୍ମଲୋଚନ ସାହୁ(୩୫), ବିଶନାଥ ଦୀପ(୨୭) ଏବଂ ସୁଶିଲ ଭୋଇ (୨୯) । ସେମାନଙ୍କ ପାଖରୁ ଗଡୁ, ଗରିଆ, ଖୁରି,ପୂଜାଥାଳି ଆଦି ଉଦ୍ଧାର ହୋଇଛି।
ପ୍ରକାଶ ଥାଉକି, ଗତ ୧ ତାରିଖ ବିଳମ୍ବିତ ରାତିରେ ଉପରୋକ୍ତ ଅଭିଯୁକ୍ତମାନେ ଗୃହକର୍ତ୍ତା ରାଜ କିଶୋର ଦାଶଙ୍କ ଅନୁପସ୍ଥିତିର ସୁଯୋଗ ନେଇ ତାଙ୍କ ଘର କବାଟ, ଗଡ୍ରେଜ୍‌ ଭାଙ୍ଗି ଚୋରି କରିଥିଲେ। ଏ ନେଇ ରାଜ କିଶୋର ସଦର ଥାନାରେ ଏତଲା ଦେବା ପରେ ପୋଲିସ ଏକ ମାମଲା (ନଂ-୨୫୫/୨୦୨୦) ରୁଜୁ କରି ତଦନ୍ତ ଚଳାଇଥିଲା। ଗିରଫ ଅଭିଯୁକ୍ତମାନଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି ବୋଲି ସଦର ଥାନା ଅଧିକାରୀ ଦିଲ୍ଲିପ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri