୩.୧୩ କେଜି ବଜ୍ରକାପ୍ତା କାତି ଜବତ, ଧରାପଡ଼ିଲେ ୪ ଅଭିଯୁକ୍ତ

ନୂଆପଡ଼ା/ଖଡିଆଳ,୨୨ା୧୨(ମକାରୁ ବେମାଲ/ସୁଜିତ ପ୍ରଧାନ): ନୂଆପଡ଼ା ଜିଲା କୋମନା ରେଞ୍ଜ ନାଗପଡ଼ା ପଞ୍ଚାୟତ ଝରଣାମାଲ ଗାଁରେ ଖଡ଼ିଆଳ ବନ ବିଭାଗ ଚଢାଉ କରି ୩ କିଲୋଗ୍ରାମ ୧୩୦ ଗ୍ରାମ ବଜ୍ରକାପ୍ତା କାତି ଜବତ କରିଛି। ଏଥିରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବୋଡେନ ଥାନା ଝରଣାମାଲ ଗାଁର ଚତୁର୍ଭୁଜ କଟା(୭୧) ଓ ନରହରି ଗହୀର (୭୦), ସିନାପାଲି ଥାନା ଗୋବିନ୍ଦପୁର ଗାଁର କୁମୁଦ ହଂସ(୩୮) ଓ ସନ୍ତୋଷ ହଂସ(୨୮)।

ମିଳିଥିବା ସୂଚନା ମୁତାବକ, ମାସେ ତଳେ ବୋଡେନ ଥାନା ନାଗପଡ଼ା ପଞ୍ଚାୟତ ଝରଣାମାଇ ଗାଁ ନିକଟ ବାଜିନୀ ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରେ ଏକାଧିକ ବ୍ରଜକାପ୍ତାକୁ ଚତୁର୍ଭୁଜ ଓ ନରହରି ଶୀକାର କରିଥିଲେ। ପରେ ସେମାନେ ବଜ୍ରକାପ୍ତା କାତି ବାହାର କରି ଗଚ୍ଛିତ ରଖିବା ସହ ବିକ୍ରି ପାଇଁ ଗ୍ରାହକ ଖୋଜୁଥିଲେ। ଗତ ୧୮ ତାରିଖରେ ଏହି କାତି କିଣିବାକୁ ଗୋବିନ୍ଦପୁର ଗାଁର ବ୍ୟବସାୟୀ କୁମୁଦ ଓ ସନ୍ତୋଷ ଝରଣାମାଲ ଗାଁକୁ ଯାଇଥିଲେ। ଏହି ଖବର ପାଇ ଖଡ଼ିଆଳ ଡିଏଫ୍‌ଓ ଆଜିଜ ଖାନ୍‌ଙ୍କ ନିର୍ଦ୍ଦେଶ କ୍ରମେ ବନ ବିଭାଗ ଟିମ୍‌ ଝରଣାମାଲ ଗାଁରେ ଚଢାଉ କରିଥିଲା। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବନ ବିଭାଗ ସୂତ୍ରରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri