ଚୋରାମଦ କାରବାର: ୪ ଗିରଫ

ଦିଗପହଣ୍ଡି,୩୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଚୋରାମଦ କାରବାର ଚାଲୁଥିବା ସମ୍ପର୍କରେ ସୂଚନା ପାଇ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଦିଗପହଣ୍ଡି ଅବକାରୀ ଦଳ ପୃଥକ୍‌ ସ୍ଥାନରେ ମିଳିତ ଚଢ଼ାଉ କରି ୧୧୯ ଲିଟର ଚୋରା ଦେଶୀ ମଦ ଜବତ କରିଛନ୍ତି। ଏଥିରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼ବୁରୁଡା ଗ୍ରାମର ସୀମାଞ୍ଚଳ ମଳିକ ଓ ରମା ମଳିକ, ବିରିବାଡିଆ ଗ୍ରାମର ରମା ମଳିକ, ମହୁଲପଡ଼ା ଗ୍ରାମର ତ୍ରିନାଥ ମଳିକ।

ଜିଲା ଆରକ୍ଷୀ ଅଧୀକ୍ଷକ ରମେନ୍ଦ୍ର ନାରାୟଣ ନାୟକଙ୍କ ନିର୍ଦ୍ଦେଶକ୍ରମେ,ଚିକିଟି ଅବକାରୀ ଉପଅଧୀକ୍ଷକ ବିଜୟ କୁମାର ଧାରୁଆ,ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଦିଗପହଣ୍ଡି ଅବକାରୀ ମିଳିତ ଭାବେ ପାଟ୍ରୋଲିଂ କରୁଥିବାବେଳେ ଚୋରା ଦେଶୀମଦ ବିକ୍ରି ଚାଲୁଥିବାର ସୂଚନା ପାଇ ଚଢ଼ାଉ କରିଥିଲେ। ଏହି ଚଢ଼ାଉରେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଏସ୍‌.ଆଇ ଅଭିରାମ ସାହୁ,ଦିଗପହଣ୍ଡି ଅବକାରୀ ଏସ୍‌ଆଇ ସନ୍ତୋଷ କୁମାର ସାହୁ, ଏଏସ୍‌ଆଇ ଇଦ୍ରୀଶ୍‌ ଖାନ୍‌,ବସନ୍ତ କୁମାର ବେହେରା, ରତ୍‌ ଶବର,ଏନ୍‌.ତ୍ରିପତୀ,ସ୍ବୟମ୍ଭୁ କହଁର,ପଦ୍ମାବତୀ ସେଠୀ,ଜି.ହରିବନ୍ଧୁ,ମନୋରଞ୍ଜନ ମହାପାତ୍ର ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri