ଚୋରାମଦ କାରବାର: ୪ ଗିରଫ

ଦିଗପହଣ୍ଡି,୩୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଚୋରାମଦ କାରବାର ଚାଲୁଥିବା ସମ୍ପର୍କରେ ସୂଚନା ପାଇ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଦିଗପହଣ୍ଡି ଅବକାରୀ ଦଳ ପୃଥକ୍‌ ସ୍ଥାନରେ ମିଳିତ ଚଢ଼ାଉ କରି ୧୧୯ ଲିଟର ଚୋରା ଦେଶୀ ମଦ ଜବତ କରିଛନ୍ତି। ଏଥିରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼ବୁରୁଡା ଗ୍ରାମର ସୀମାଞ୍ଚଳ ମଳିକ ଓ ରମା ମଳିକ, ବିରିବାଡିଆ ଗ୍ରାମର ରମା ମଳିକ, ମହୁଲପଡ଼ା ଗ୍ରାମର ତ୍ରିନାଥ ମଳିକ।

ଜିଲା ଆରକ୍ଷୀ ଅଧୀକ୍ଷକ ରମେନ୍ଦ୍ର ନାରାୟଣ ନାୟକଙ୍କ ନିର୍ଦ୍ଦେଶକ୍ରମେ,ଚିକିଟି ଅବକାରୀ ଉପଅଧୀକ୍ଷକ ବିଜୟ କୁମାର ଧାରୁଆ,ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଦିଗପହଣ୍ଡି ଅବକାରୀ ମିଳିତ ଭାବେ ପାଟ୍ରୋଲିଂ କରୁଥିବାବେଳେ ଚୋରା ଦେଶୀମଦ ବିକ୍ରି ଚାଲୁଥିବାର ସୂଚନା ପାଇ ଚଢ଼ାଉ କରିଥିଲେ। ଏହି ଚଢ଼ାଉରେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଏସ୍‌.ଆଇ ଅଭିରାମ ସାହୁ,ଦିଗପହଣ୍ଡି ଅବକାରୀ ଏସ୍‌ଆଇ ସନ୍ତୋଷ କୁମାର ସାହୁ, ଏଏସ୍‌ଆଇ ଇଦ୍ରୀଶ୍‌ ଖାନ୍‌,ବସନ୍ତ କୁମାର ବେହେରା, ରତ୍‌ ଶବର,ଏନ୍‌.ତ୍ରିପତୀ,ସ୍ବୟମ୍ଭୁ କହଁର,ପଦ୍ମାବତୀ ସେଠୀ,ଜି.ହରିବନ୍ଧୁ,ମନୋରଞ୍ଜନ ମହାପାତ୍ର ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri