ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି କରି ବନ୍ଧା ହେଲେ ୪ ଅଭିଯୁକ୍ତ

ହିଞ୍ଜିଳିକାଟୁ,୧୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ସାରୁ ଓ ସାପୁଆପଲୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଟିଭି, କମ୍ପ୍ୟୁଟର ଡେସ୍କଟପ୍‌, ଇନ୍‌ଭର୍ଟର ଆଦି ଚୋରି ସହ ଗଣ୍ଡଳା ଛକରେ ଗୋଟିଏ ଘରର ତାଲା ଭାଙ୍ଗି ଚୋରି ଅଭିଯୋଗରେ ଶନିବାର ହିଞ୍ଜିଳି ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଏହି ସିରିଜ୍‌ ଚୋରିର ଗିରଫ ଅଭିଯୁକ୍ତମାନେ ହେଲେ ନରେନ୍ଦ୍ରପୁରର ବନ ପ୍ରଧାନ, ଶିକିରିର ସମ୍ପଦ ପ୍ରଧାନ, ହିଞ୍ଜିଳି ବାପୁଜୀ ମାର୍ଗର ଯୋଗୀ ଦାସ ଏବଂ ଶେରଗଡ଼ ଥାନା ଠୁରୁବୁରାଇ ଗାଁର କାହ୍ନୁ ଚରଣ ସାହୁ। ସେମାନଙ୍କ ଠାରୁ ପୋଲିସ ଗୋଟିଏ ଏଲ୍‌ଇଡି ଟିଭି, ଗୋଟିଏ ଇନ୍‌ଭର୍ଟର ଓ ୩ ଟି ଇନ୍‌ଭର୍ଟର ବ୍ୟାଟେରୀ ଜବତ କରିଛି।

ପ୍ରକାଶ ଯେ, ଏପ୍ରିଲ ୨୬ ରାତିରେ ସାରୁ ଓ ସାପୁଆପଲୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଟିଭି, କମ୍ପ୍ୟୁଟର ଆଦି ସାମଗ୍ରୀ ଚୋରି ଯାଇଥିବା ବେଲଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ମନୀଷା ପଣ୍ଡା ଥାନାରେ ଅଭିଯୋଗ କରିଥିଲେ। କେସ୍‌ ନଂ. ୨୧୩/୨୨ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ କରୁଥିଲା। ଅଭିଯୁକ୍ତମାନେ ଉକ୍ତ ରାତିରେ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି ସହ ଗଣ୍ଡଳା ଛକରେ ଏକ ଘରର ତାଲା ଭାଙ୍ଗି ଚୋରି କରିଥିଲେ। ଅନ୍ୟପକ୍ଷରେ ହିଞ୍ଜିଳି ଥାନାର ଅନ୍ୟ ୨ଟି ଚୋରି ମାମଲାରେ ମଧ୍ୟ ଅଭିଯୁକ୍ତମାନେ ସଂପୃକ୍ତି ଥିବା ଥାନା ଆଇଆଇସି ଅଭିମନ୍ୟୁ ଦାସ ଏକ ପ୍ରେସ୍‌ ରିଲିଜରେ ପ୍ରକାଶ କରିଛନ୍ତି। ଅଭିଯୁକ୍ତମାନଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri