ଗଞ୍ଜେଇ ଭର୍ତ୍ତି ଗାଡ଼ି ଜବତ: ୪ ଗିରଫ

ବ୍ରହ୍ମପୁର ଅଫିସ,୨୯ା୧୦: ଅବକାରୀ ଗୁଇନ୍ଦା ଟିମ୍‌ ଶନିବାର ଅପରାହ୍ନ ୩ଟା ସମୟରେ ସଦର ଥାନା ଅନ୍ତର୍ଗତ ବାଲିପଢ଼ା ଛକରୁ ଏକ ଗଞ୍ଜେଇ ଭର୍ତ୍ତି ଗାଡ଼ି ଜବତ କରିଛି। ଚାଲାଣକାରୀ ସମେତ ୪ଜଣଙ୍କୁ ଅବକାରୀ ପୋଲିସ ଗିରଫ କରିଛି।
ଅଭିଯୁକ୍ତମାନେ ହେଲେ ଗଜପତି ଜିଲା ମୋହନା ଥାନା ଦନ୍ତାରିନାଳ ଗ୍ରାମର ଦାଶରଥି ଗମାଙ୍ଗୋ(୪୨), ଏରୋଷ ଶବର (୨୨), ଜୟଦେବ ଜାନୀ (୨୧) ଓ ସାମୁଏଲ ଶବର(୩୪)।

ପ୍ରକାଶ ଯେ, ଗଜପତିରୁ ଗଞ୍ଜେଇ ବ୍ରହ୍ମପୁର ଦେଇ ଭୁବନେଶ୍ୱର ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ନେଇ ଅବକାରୀ ଗୋଇନ୍ଦା ଡେପୁଟି କମିଶନର ଅଶୋକ କୁମାର ଶତପଥୀ ଶୁକ୍ରବାର ଖବର ପାଇଥିଲେ। ଏହାକୁ ଆଧାର କରି ତାଙ୍କ ନେତୃତ୍ୱରେ ଗୋଟିଏ ଟିମ୍‌ ଶୁକ୍ରବାର ମଧ୍ୟରାତିରେ ବାଲିପଢ଼ା ଛକରେ ଲୁଚି ରହିଥିଲା। ଶନିବାର ଅପରାହ୍ନରେ ଏକ ଧଳା ରଙ୍ଗର ବୋଲେରୋ ଗାଡ଼ି ନମ୍ବର ଓଡି ୦୭ ଭି-୬୦୮୦ ବାଲିପଢ଼ା ଦେଇ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଅବକାରୀ ଟିମ୍‌ ଉକ୍ତ ଗାଡ଼ି ଅଟକାଇ ଯାଞ୍ଚ କରିଥିଲା। ସେଥିରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଦେଖିବାକୁ ମିଳିଥିଲା। ଯାଞ୍ଚ ବେଳେ ଗାଡ଼ିରୁ ୧୦୦ କେଜି ଗଞ୍ଜେଇ ଜବତ କରାଯାଇଥିଲା। ସେମାନେ ଏହି ଗଞ୍ଜେଇ ଗଜପତିରୁ ଆଣି ବ୍ରହ୍ମପୁର ଦେଇ ଭୁବନେଶ୍ୱର ଯାଇଥାନ୍ତେ ଏବଂ ସେଠାରୁ ବାହାର ରାଜ୍ୟକୁ ଚାଲାଣ କରିଥାନ୍ତେ ବୋଲି ଜେରା ବେଳେ ଅବକାରୀ ଟିମ୍‌ ଜାଣିବାକୁ ପାଇଛି। ଜବତ ଗଞ୍ଜେଇ ଓ ବୋଲେରୋ ଗାଡ଼ିର ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ଡେପୁଟି ସୁପରିନ୍‌ଟେଣ୍ଡେଣ୍ଟ କୁବେର ସେଠୀ, ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ, ଏଏସ୍‌ଆଇ ବ୍ରଜ ବିହାରୀ ନାୟକ, ଅନ୍ତର୍ଯ୍ୟାମୀ ସାହୁ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri