ମଙ୍ଗଳସୂତ୍ର ଝାମ୍ପି ୪ ଗିରଫ

ହିଞ୍ଜିଳିକାଟୁ,୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମକରଝୋଳ ଛକଠାରେ ଗତ ଫେବୃୟାରୀ ୨୫ରେ ବାଇକ୍‌ରେ ଯାଉଥିବା ଜଣେ ମହିଳାଙ୍କ ବେକରୁ ସୁନା ମଙ୍ଗଳସୂତ୍ର ଲୁଟ୍‌ ଘଟଣାରେ ବୁଧବାର ୪ ଜଣଙ୍କୁ ହିଞ୍ଜିଳି ପୋଲିସ ଗିରଫ କରିଛି। ଗିରଫ ଳୁଟେରାମାନେ ହେଲେ ଆସିକା ଥାନା ପି ନୂଆପଲ୍ଲୀର ପି.ମାଧବ ଓ କୋଦଳାର ପି.ସୁବାସ। ଚୋରି ସୁନାକୁ ଆସିକା ଅଞ୍ଚଳର ୨ଜଣ ସୁନା ବେପାରୀ କିଣିିଥିଲେ। ଚୋରି ସୁନା କିଣିଥିବା ଆସିକାର ୨ ବେପାରୀ ଏ ତାରିଣୀ ଆଚାରୀ ଓ ପ୍ରଶାନ୍ତ କୁମାର ମହାରଣାଙ୍କୁ ମଧ୍ୟ ପୋଲିସ ଗିରଫ କରିବା ସହ ସେମାନଙ୍କ ଠାରୁ ୧୧ ଗ୍ରାମ ତରଳ ସୁନା ପୋଲିସ ଜବତ କରିଛି। ଗିରଫ ୨ ଅଭିଯୁକ୍ତ ଚୋରି ଘଟଣାରେ ବ୍ୟବହାର କରିଥିବା ଗୋଟିଏ ବାଇକ୍‌କୁ ମଧ୍ୟ ପୋଲିସ ଜବତ କରିଥିବା ଆଇଆଇସି ଅଭିମନ୍ୟୁ ଦାସ କହିଛନ୍ତି।


ପ୍ରକାଶ ଯେ, ଗତ ଫେବୃୟାରୀ ୨୫ରେ ମକରଝୋଳ ଗ୍ରାମର ଦମ୍ପତି ଏନ୍‌ ଶୁକ୍ର ଓ ଏନ୍‌ ରତ୍ନମାଳା ବାଇକ୍‌ରେ ଗାଁରୁ ବାହାରି କଞ୍ଚୁରୁ ଛକ ଯାଉଥିଲେ। ମକରଝୋଳ ଛକରେ ହଠାତ ପଛରୁ ୨ ଜଣ ଆସି ବାଇକ୍‌ ପଛରେ ବସିଥିବା ରତ୍ନମାଳାଙ୍କ ବେକରୁ ମଙ୍ଗଳସୂତ୍ରକୁ ଝାମ୍ପିଥିଲେ। ରତ୍ନମାଳା ବାଇକ୍‌ରୁ ଖସି ପଡ଼ି ଆହତ ହୋଇଥିଲେ। ଏହି ସମୟରେ ରତ୍ନମାଳାଙ୍କ ମୋବାଇଲ ଓ ମଙ୍ଗଳସୂତ୍ରର କିଛି ଅଂଶ ଧରି ଲୁଟେରାମାନେ ଘଟଣାସ୍ଥଳରୁ ଏକ ବାଇକରେ ହିଞ୍ଜିଳିକାଟୁ ଦିଗରେ ଚମ୍ପଟ ମାରିଥିଲେ। ଲୁଟ୍‌ ଶିକାର ଏନ ରତ୍ନମାଳା ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଥାନାରେ ନଂ ୧୨୦/୨୩ରେ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?