ଡକାୟତି ଯୋଜନା ପଣ୍ଡ: ମାରଣାସ୍ତ୍ର ଜବତ, ୪ ଗିରଫ

ବଡ଼ବିଲ,୭ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ବୁଧବାର ବିଳମ୍ବିତ ରାତିରେ ୪ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ବନ୍ଧୁକ, ଦାଉଲି ସହ କାର ଓ ୬ଟି ମୋବାଇଲ ଜବତ କରି ଏକ ବଡ ଧରଣର ଡକାୟତି ଯୋଜନାକୁ ପଣ୍ଡ କରିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡଖଣ୍ଡ ରାଜ୍ୟ ପୂର୍ବ ସିଂହଭୂମ୍‌ ଜିଲା ଟେଲକୋ ଥାନା ଅନ୍ତର୍ଗତ ଟିଆର୍‌ଏଫ୍‌ କଲୋନୀ ନିମ୍‌ ରୋଡ ଅଞ୍ଚଳର ରାକେଶ ଚୌଧରୀ, ବର୍ମା ମାଇନ୍ସ ଥାନା ଅନ୍ତର୍ଗତ ଫାଉଣ୍ଡାରୀ ରୋଡ୍‌ ଅଞ୍ଚଳର ସନ୍ଦୀପ ସିଂହ, ଇଷ୍ଟ ପ୍ଲାଣ୍ଟ ବସ୍ତି ଅଞ୍ଚଳର ବିଲ୍‌ଟୁ କୁମାର ସିଂହ ଓ କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ସୁନ୍ଦରାବସ୍ତି ଅଞ୍ଚଳରେ ରହୁଥିବା ରବି କୁମାର ରାମ୍‌।

ସୂଚନାନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ପୋଲିସ ସବ୍‌ ଇନ୍ସପେକ୍ଟର ବରଦା ପ୍ରସନ୍ନ ସାହୁ ସଦଳବଳ ରାତ୍ରି ପାଟ୍ରୋଲିଂ କରୁଥିବା ବେଳେ ଦାମୁ ହଟିଂସ୍ଥିତ ପଡ଼ିଆରେ କେତେକ ଅପରାଧୀ ଏକତ୍ରିତ ହୋଇଥିବା ଖବର ପାଇ ଘଟଣାସ୍ଥଳକୁ ଛୁଟିଥିଲେ। ପୋଲିସର ଅତର୍କିତ ଚଢାଉ ବେଳେ ଦୁର୍ବୃତ୍ତମାନେ ଖସି ପଳାଇବାକୁ ଉଦ୍ୟମ କରିଥିଲେ ହେଁ ଘଟଣାସ୍ଥଳରୁ ପୋଲିସ ୪ ଜଣ ଦୁର୍ବୃତ୍ତଙ୍କୁ କାବୁ କରିବାକୁ ସକ୍ଷମ ହୋଇଥିଲା ବେଳେ ଜଣେ ଦୁର୍ବୃତ୍ତ ଅନ୍ଧାରର ସୁଯୋଗ ନେଇ ଖସିଯିବାକୁ ସଫଳ ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ ବ୍ୟବହାର କରୁଥିବା ଜେଏଚ୍‌ ୦୫ ସିଜେଡ ୦୦୨୦ ନମ୍ବର ବିଶିଷ୍ଟ ଦାମୀ ଏକ୍ସଏଲ-୫ କାର୍‌କୁ ପୋଲିସ ଘଟଣାସ୍ଥଳରୁ ଜବତ କରିବା ସହ ସେମାନଙ୍କ ନିକଟରୁ ଏକ ବନ୍ଧୁକ, ଦୁଇଟି ଦାଉଲି, ଏକ ଛୁରି, ଲଙ୍କାଗୁଣ୍ଡ ପାଉଚ୍‌ ଓ ବିୟର ବୋତଲ ଜବତ କରିଥିବା ଜଣାପଡିଛି। ଦୁର୍ବୃତ୍ତମାନଙ୍କୁ ପୋଲିସ ପଚରାଉଚରା ପରେ ସେମାନେ ବଡ଼ବିଲ ସହରରେ ଲୁଟ୍‌ ପାଇଁ ଯୋଜନା କରୁଥିବା ଜଣାପଡ଼ିଥିଲା। ଏ ନେଇ ବଡ଼ବିଲ ପୋଲିସ କେସ୍‌ ନଂ-୨୪୪/୨୩ରେ ଏକ ମାମଲା ରୁଜୁ କରି ୪ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?