ଅବକାରୀ ଚଢ଼ାଉ: ୪ ଗିରଫ, ୩ ଫେରାର


କଟକ,୧୭ା୧ (କାର୍ତ୍ତିକ ସାହୁ): ଜିଲା ଅବକାରୀ ବିଭାଗ ତିଗିରିଆ ଥାନା ଅଞ୍ଚଳରେ ବୁଧବାର ଚଢ଼ାଉ କରି ପର୍ଯ୍ୟାପ୍ତ ପରିମାଣର ମଦ ଓ ପୋଚ ଜବତ କରିଛି।
ସୂଚନା ଅନୁସାରେ, ତିଗିରିଆ ଥାନା ଅନ୍ତର୍ଗତ ଭିରୁଡ଼ାର ପଣସପାଟଣା ଗାଁରେ ଚନ୍ଦ୍ରମଣି ସାହୁଙ୍କ ଘରେ ବୁଧବାର  ଚଢ଼ାଉ ହୋଇଥିଲା। ଚନ୍ଦ୍ରମଣି ତାଙ୍କ ଘରେ ମଦ ଗଚ୍ଛିତ ରଖି ଚୋରା କାରବାର କରୁଥିବା ଖବର ଅବକାରୀ ବିଭାଗ ପାଇଥିଲା। ଘର ଭିତରୁ ୧୫୦୦ ଲିଟର ମଦ ପୋଚ ଓ ୧୦୦ ଲିଟର ଦେଶୀ ରନ୍ଧା ମଦ ଜବତ ହୋଇଥିଲା। ଅବକାରୀ ବିଭାଗ ଚନ୍ଦ୍ରମଣିଙ୍କ ସମେତ ପରିବାର ସଦସ୍ୟଙ୍କ ବିରୋଧରେ ଚୋରା ମଦ କାରବାର ମାମଲା ରୁଜୁ କରିଛି। ସେହିଭଳି ପଣସପାଟଣାର ସତ୍ୟପ୍ରକାଶ ମହାନ୍ତି(୨୪) ଓ ରାମ ଗୋବିନ୍ଦ ମହାପାତ୍ର(୨୦)କୁ ଗିରଫ କରିଛି। ଏମାନଙ୍କ ଠାରୁ ୪୦ ଲିଟର ବେଆଇନ ମଦ ଜବତ ହୋଇଛି। ଏଥିସହ ତିଗିରିଆ ଅଞ୍ଚଳର ଗୌତମ ପ୍ରଧାନ ଓ ଦୀପକ ପଣ୍ଡାଙ୍କୁ ଗିରଫ କରି ତାଙ୍କ ନିକଟରୁ ୯୬୦ ଲିଟର ଦେଶୀ ରନ୍ଧା ମଦ ଓ ଗୋଟିଏ ବୋଲେରୋ ଗାଡ଼ି ଜବତ ହୋଇଛି, ଯାହାର ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଉଛି।
ଏହାବାଦ ୫୨୫୦ ଲିଟର ଗୁଡ଼ ପୋଚ, ୪୨୫ ଲିଟର ଦେଶୀ ମଦ ଜବତ ପରେ ନଷ୍ଟ କରାଯାଇଥିବା ବେଳେ ଏଥିରେ ସମ୍ପୃକ୍ତ ତିନି ଜଣ ମାଫିଆ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଅବକାରୀ ଏସପି ଦେବାଶିଷ ପଟେଲଙ୍କ ନିର୍ଦ୍ଦେଶ କ୍ରମେ ଆଠଗଡ଼ ଅବକାରୀ ଡିଏସପି ପ୍ରମୋଦ ପଣ୍ଡା ନେତୃତ୍ୱରେ ଚଢ଼ାଉ ହୋଇଥିଲା। ସଦର ଇନ୍ସପେକ୍ଟର ଶୃତିକାନ୍ତ ରାଉତ, କଟକ-୨ ଓଆଇସି ଦୁଃଖୀଶ୍ୟାମ ଟୁଡୁ, ଏଏସଆଇ କମଳାକାନ୍ତ ବେହେରା, ଆଶିଷ ପ୍ରଧାନ, ସୌମ୍ୟ ବେହେରା, ଆଶିଷ ଦାସ ପ୍ରମୁଖ ଚଢ଼ାଉରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri