୪ ନକଲି ମାଓବାଦୀ ଗିରଫ

ରାୟଗଡ଼ା,୧୨।୧୨(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ାରୁ ୪ ନକଲି ମାଓବାଦୀଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ ୨ ମହିଳା ଥିବା ଜଣାପଡିଛି।ଅଭିଯୁକ୍ତମାନେ ମାଓବାଦୀଙ୍କ ନାମରେ ଚିଠି ଓ ହତ୍ୟା ଧମକ ଦେଉଥିଲେ। ଗିରଫ ୪ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ଦେଇଛନ୍ତି ଏସ୍‌ପି ବିବେକାନନ୍ଦ ଶର୍ମା। ଅଭିଯୁକ୍ତମାନେ ହେଲେ କଳାହାଣ୍ଡି ଜିଲା କଲମପୁର ଥାନା ଅଞ୍ଚଳର ଯଶୋବନ୍ତ ନାଏକ(୨୭) ଓ ବର୍ଷା ନାଏକ(୨୫), କାଶୀପୁର ଥାନା ମାଳିଗଁାର ରମେଶ ନାଏକ(୩୨) ଏବଂ ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ବୁନ୍ଦିଆ କଲୋନୀର କଲ୍ୟାଣୀ ପଞ୍ଚଭୟା(୩୦)। ଅଭିଯୁକ୍ତମାନଙ୍କଠାରୁ ୪ ଟି ମୋବାଇଲ ଫୋନ୍‌ ଓ ୨ଟି ମାଓବାଦୀ ଚିଠି ଜବତ କରାଯାଇଛି।
ସୂଚନାନୁଯାୟୀ, କାଶୀପୁର ବ୍ଲକ ଦୋରାଗୁଡ଼ା ଥାନା ଅଧୀନ ଡିମୁଣ୍ଡି ଗ୍ରାମର ପରମାନନ୍ଦ ନାଏକଙ୍କୁ ମାଓବାଦୀଙ୍କ ପକ୍ଷରୁ ଏକ ଚିଠି ଆସିଥିଲା । ଉକ୍ତ ଚିଠିରେ ତାଙ୍କୁ ୬୦ ଲକ୍ଷ ଟଙ୍କା ଦେବାକୁ କୁହାଯାଇଥିଲା। ଏଥିସହ ଏକ ଅଜଣା ନମ୍ବରରୁ ତାଙ୍କୁ ଫୋନ୍‌ କଲ୍‌ କରି ୬୦ ଲକ୍ଷ ଟଙ୍କା ଦିଅ ନଚେତ୍‌ ଜୀବନରେ ମାରିଦେବାକୁ ଧମକ ମିଳିଥିଲା। ଏହାପରେ ଏ ନେଇ ସେ ଦୋରାଗୁଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତ କରିଥିଲା। ତଦନ୍ତରୁ ଏଥିରେ ୪ ଜଣ ସମ୍ପୃକ୍ତି ଥିବା ପୋଲିସ ଜାଣି ସେମାନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri