ବନ୍ଧୁକ ଲଗାଇ ହତ୍ୟା ଧମକ ଦେଇ ୪ ଗିରଫ

ଝାରସୁଗଡ଼ା ଅଫିସ୍‌,୨୨ା୫: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଞ୍ଚଳରେ ୨ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଝାରସୁଗୁଡା ସଦର ଥାନା ଏକ୍କାତାଳି ଗ୍ରାମର ନିକେତ ଜୟପୁରିଆ(୨୨)ଙ୍କ ସହ ୪ଜଣଙ୍କୁ ଗିରଫ କରିଛି। ଅନ୍ୟ ଅଭିଯୁକ୍ତମାନେ ହେଲେ ଲଇକେରା ଥାନା ବାନ୍ଦଲି ଗ୍ରାମର ଯୁଧିଷ୍ଠିର ମହାନନ୍ଦ(୨୫), କୋଲାବିରା ଥାନା ସିଂଙ୍ଗିବାହାଲ ଗ୍ରାମର ଅନାଦି ରୋହିଦାସ(୩୦)ଓ ପାଇକପଡା ଗ୍ରାମର ଦେବାନନ୍ଦ କଉଡି(୨୯)। ଅଭିଯୁକ୍ତମାନଙ୍କ ନିକଟରୁ ୨ଟି ବନ୍ଧୁକ ଓ ୪ଟି ମୋବାଇଲ୍‌ ଫୋନ ଜବତ କରିଛି। ରବିବାର ପୋଲିସ ଅଭିଯୁକ୍ତମାନଙ୍କୁ ଝାରସୁଗୁଡା କୋର୍ଟ ଚାଲାଣ କରିଛି। ଅନ୍ୟପକ୍ଷେ କାଳିନଗରର ସରୋଜ ସ୍ବାଇଁ(୧୯)ଙ୍କ ଅଭିଯୋଗକୁ ଭିତ୍ତିକରି ଓରିଏଣ୍ଟ ଥାନାରେ ଏକ ମାମଲା(ନଂ.୮୩/୨୨)ରୁଜୁ ହୋଇଛି। ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ ରବିବାର ଏକ ଖବରଦାତା ସମ୍ମିଳନୀରେ ଏ ନେଇ ସୂଚନା ଦେଇଛନ୍ତି।
ଗତ ଶନିବାର ସ୍ଥାନୀୟ କବରପଡାସ୍ଥିତ ବନ୍ଧ ନିକଟକୁ ଅଭିଯୋଗକାରୀ ଯୁବକ ସରୋଜ ଯାଇଥିଲେ। ଏହି ସମୟରେ ସେଠାରେ ନିକେତ ଓ ତାଙ୍କ ସାଙ୍ଗମାନେ ପହଞ୍ଚି ତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଜୀବନରୁ ମାରି ଦେବାପାଇଁ ଧମକ ଦେଇଥିଲେ। ଏହି ସମୟରେ ସେହି ରାସ୍ତାରେ ଯାଉଥିବା ସାଙ୍ଗମାନଙ୍କୁ ଦେଖି ସରୋଜ ପାଟି କରିଥିଲେ। ସରୋଜଙ୍କ ସାଥୀମାନେ ସେଠାରେ ପହଞ୍ଚତ୍ବା ପରେ ନିକେତ ଓ ତାଙ୍କ ସାଙ୍ଗମାନେ ଖସି ପଳାଇ ଯାଇଥିଲେ। ଏ ନେଇ ସରୋଜ ଥାନାରେ ଅଭିଯୋଗ କଲାପରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ଆଇଆଇସି କଲ୍ୟାଣୀ ବେହେରାଙ୍କ ନେତୃତ୍ୱରେ ଏକ ପୋଲିସ୍‌ ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ କରି ମାରଣାସ୍ତ୍ର ସହ ଫେରାର୍‌ ଅଭିଯୁକ୍ତମାନଙ୍କୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri