ଟ୍ରକ୍‌ ଚୋରି ଅଭିଯୋଗରେ ୪ ଗିରଫ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): କେନ୍ଦୁଝର ସଦରଥାନା ପୋଲିସ ଶନିବାର ଏକ ଟ୍ରକ ଚୋରି ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଏମ୍‌ଡି ଶେହଜାଦା ଆଲାମ(୨୩), ସାୟାନଓ୍ବାଜ ଖାନ(୨୬) ଏମ୍‌ଡି ସାହିଦ ଆଫ୍ରିଦ(୨୫) ଏମ୍‌ଡି ଆସଲାମ(୩୦)। ସେମାନଙ୍କର ଘର ବଡ଼ବିଲ ଥାନା ଅନ୍ତର୍ଗତ ୮ ନଂ ଓ୍ବାର୍ଡର ବର୍କତ ନଗରରେ ବୋଲି ଜଣାପଡ଼ିଛି। ତେବେ ସେମାନେ ୧୮ତାରିଖ ରାତିରେ (ଓଆର୍‌-ଜିର-୪-ଏନ-୧୮୭୭)ନମ୍ବର ବିଶିଷ୍ଟ ୧୦ ଚକିଆ ଟ୍ରକ୍‌କୁ ଶୁଆକାଟି ନିକଟସ୍ଥ ତେନ୍ତୁଳି ପାର୍କିଂରୁ ଚୋରି କରିଥିଲେ। ଏହାକୁ ନେଇ ଶ୍ୟାମସୁନ୍ଦର ସାହୁଙ୍କ ଅଭିଯୋଗ କ୍ରମେ ସଦର ଥାନା କେସ୍‌ ନଂ (୧୯/୨୩) ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ସେମାନେ ଗାଡ଼ିର ନମ୍ବର କାଟି ବିକ୍ରି କରିଦେବାକୁ ଉଦ୍ୟମ କରୁଥିଲେ। ତାଙ୍କଠାରୁ ଟ୍ରକ୍‌ ସହିତ ଏକ ମହିନ୍ଦ୍ରା କାର୍‌ ବି ପୋଲିସ ଜବତ କରିଛି। ସେମାନେ ସଦର ଥାନା କେସ୍‌ ନଂ ୨୧/୨୩ ଟାଉନ ଥାନା କେସ୍‌ ନଂ (୧୪/୨୩) (୧୫/୨୩) ଟ୍ରକ୍‌ ଚୋରି କେସ୍‌ରେ ସଂପୃକ୍ତ ଥିବା ସନ୍ଦେହ କରି ପୋଲିସ ତଦନ୍ତ କରୁଥିବା ସଦର ଥାନାଧିକାରୀ ସୁନୀଲ କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ଅର୍ପିତାଙ୍କୁ ମିଳିଲା ‘ବାବାଜୀ ଚରଣ ଜେନା ସ୍ମାରକୀ ସମ୍ମାନ’ ପ୍ରଦାନ, ଛୁଟିଲା ଶୁଭେଚ୍ଛାର ସୁଅ

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଟି.ଏମ୍. ଏକାଡେମୀ ଡଅଁର ହାଇସ୍କୁଲରେ ୨୦୨୬ ଶିକ୍ଷାବର୍ଷର ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରୀଙ୍କୁ ସମ୍ମାନ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri