ଧଳାଜହର ବେପାର ବେଳେ ୪ ଗିରଫ

ଅନୁଗୋଳ ଅଫିସ, ୨୯।୩: ଅନୁଗୋଳ ଜିଲାରେ ଧଳା ଜହର କାରବାର ବୃଦ୍ଧି ପାଇବାରେ ଲାଗିଛି। କିଛିଦିନ ହେଲା ଏ ନେଇ ପୋଲିସ ସତର୍କ ନଜର ରଖିଥିଲେ ବି ଚୋରା ବେପାରୀମାନେ ଏହି ନିଶା ସାମଗ୍ରୀର କିଣାବିକା ଚଳାଇଛନ୍ତି। ସୋମବାର ଅପରାହ୍ନରେ ଅନୁଗୋଳ ପୋଲିସ ଗୀତାଗ୍ରାମ କାଳିମନ୍ଦିର ନିକଟରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିଛି। ତେବେ ଏହି ବ୍ୟବସାୟର କିଙ୍ଗପିନ୍‌ କୁହାଯାଉଥିବା ଗିରାଙ୍ଗ ଅଞ୍ଚଳର ମହିଳା ଝିଲି ସାହୁ ଘଟଣାସ୍ଥଳରୁ ଖସିଯାଇଛନ୍ତି।
ପୋଲିସ କହିଛି, ଅନୁଗୋଳ ଥାନାର ଏସ୍‌ଆଇ ଅମିତ ମିଶ୍ର ଗୀତାଗ୍ରାମ ପାର୍ଶ୍ୱରେ ପାଟ୍ରୋଲିଂ କରୁଥିବା ବେଳେ ସେଠାରେ ବ୍ରାଉନସୁଗାର ବ୍ୟବସାୟ ହେଉଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇଥିଲେ। ତେବେ ଘଟଣାସ୍ଥଳରେ ଚଢ଼ାଉ କରିବା ସମୟରେ ସେଠାରେ କେତେଜଣ ଯୁବକ ଠିଆ ହୋଇଥିବା ଦେଖିବାକୁ ପାଇଥିଲେ। କିଙ୍ଗପିନ୍‌ ମହିଳା ନାଲ୍‌କୋ ଥାନା ଗିରାଙ୍ଗ ଅଞ୍ଚଳର ଝିଲି ସାହୁ ଚମ୍ପଟ ମାରିଥିଲେ। ହେଲେ ସେଠାରେ ଉପସ୍ଥିତ ଥିବା ୪ ଜଣଙ୍କୁ ଉଠାଇ ଆଣି ପଚରା ଉଚରା କରିଥିଲା। ସେମାନେ ବ୍ରାଉନସୁଗାର ବ୍ୟବସାୟ ପାଇଁ ରଖିଥିବା ପୋଲିସ ଆଗରେ ସ୍ବୀକାର କରିଥିଲେ। ଏ ନେଇ ଏସ୍‌ଆଇ ମିଶ୍ର ଲିଖିତ ଅଭିଯୋଗ କରିବା ପରେ ନଂ. ୧୫୩/୨୩ରେ ମାମଲା ରୁଜୁ କରାଯାଇ ସଦର ଥାନା ଖଲାରୀ ଅଞ୍ଚଳର ସୌମ୍ୟ ରଞ୍ଜନ ପ୍ରଧାନ(୩୦), ଗୋପାଳପ୍ରସାଦ ଥାନା ଭାଲୁଗାଡ଼ିଆ ଅଞ୍ଚଳର ଦୁଷ୍ମନ୍ତ ନାଏକ(୨୪), ଅନୁଗୋଳ ଥାନା ତୁରଙ୍ଗ ଅଞ୍ଚଳର ସାନୁ ବେହେରା(୨୨) ଓ କୋଲିୟରୀ ଥାନା ସାଉଥ ବଲଣ୍ଡା ଅଞ୍ଚଳର ମନୋଜ ନାଏକ(୨୧)ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ସେମାନଙ୍କ ନିକଟରୁ ୫.୫୧୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଥିଲା। ଏଥିସହ ଆଲୁମିନିୟମ୍‌ ଫଏଲ, ୪,୭୦୦ ନଗଦ ଟଙ୍କା, ବିଡ଼ି, ସିଗାରେଟ୍‌, ଲାଇଟର ଓ ଅନ୍ୟାନ୍ୟ ସାମଗ୍ରୀ ଜବତ୍‌ କରାଯାଇଥିଲା। ମାଜିଷ୍ଟ୍ରେଟ୍‌ ଭାବେ ଅନୁଗୋଳ ଅତିରିକ୍ତ ତହସିଲଦାର ପ୍ରଶାନ୍ତ ସିଂହଙ୍କ ଉପସ୍ଥିତିରେ ଏହି ବ୍ରାଉନସୁଗାର ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିବା ପରେ ପୋଲିସ ସେମାନଙ୍କୁ କୋର୍ଟ ଚାଲାଣ କରିଥିଲା ବୋଲି ଥାନା ଅଧିକାରୀ ପ୍ରଭାତ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି। ଘଟଣାର ଅଧିକ ତଦନ୍ତ ଏସ୍‌ଆଇ ସୁଶାନ୍ତ କୁମାର ନାଥ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri